କରଣଙ୍କ ପାଦ ଛୁଇଁଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ତାଙ୍କ କ୍ୟାରିୟରରେ ଆଗକୁ ବଢ଼ିବାରେ ଲାଗିଛନ୍ତି। ଏବେ ସେ ଅନ୍ୟମାନଙ୍କଠାରୁ କମ୍‌ ବଜେଟରେ କାମ କରୁଛନ୍ତି ବୋଲି କୁହାଯାଉଛି। କିନ୍ତୁ ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସ୍‌ରେ ଶହେ କୋଟିରୁ ଊର୍ଦ୍ଧ୍ୱ ଆୟ କରୁଛି। କାର୍ତ୍ତିକଙ୍କ ଫିଲ୍ମକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥାନ୍ତି। ଫିଲ୍ମ ‘ପତି ପତ୍ନୀ ଔର୍‌ ଓ୍ବ’ ପରେ ଏବେ ସେ ଦୋସ୍ତାନା-୨ର ଶୁଟିଂ ପାଇଁ ଲାଗିପଡ଼ିଛନ୍ତି। ତେବେ ଶୁଟିଂର ଆରମ୍ଭରୁ କାର୍ତ୍ତିକଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପ୍ରଯୋଜକ ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ପାଦ ଛୁଇଁ କାର୍ତ୍ତିକ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି।

କାର୍ତ୍ତିକ ଏହି ଫଟୋକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିବା ସହ କ୍ୟାପଶନରେ ଲେଖିଛନ୍ତି, ‘ମା’ ଦା ଲାଡଲା ଚଣ୍ଡିଗଡ଼ ନିକଲା ଗୟା’। ଦୋସ୍ତାନା-୨। ଏଥିସହ ସେ ଲେଖିଛନ୍ତି, ଏହା ଧର୍ମା ପ୍ରଡକ୍ସନର ଏକ ପରମ୍ପରା, ଏହି ବ୍ୟାନରରେ ହେଉଥିବା ସମସ୍ତ ଫିଲ୍ମର ଆରମ୍ଭରୁ ସବୁ ଅଭିନେତାଙ୍କୁ ଏହା କରିବା ଉଚିତ ବୋଲି କାର୍ତ୍ତିକ କହିଛନ୍ତି। ତେବେ ତାଙ୍କର ଏହି କ୍ୟାପଶନର ପ୍ରତିଉତ୍ତର ରଖିଛନ୍ତି କରଣ। କାର୍ତ୍ତିକଙ୍କ ପୋଷ୍ଟରେ ସେ ହସିବା ସହ ଏହା ବେକାର କଥା ବୋଲି କହିଛନ୍ତି। ମୋତେ ବୃଦ୍ଧ ହେବାର ଅନୁଭବ କରାଇବା ବନ୍ଦ କର ବୋଲି କାର୍ତ୍ତିକଙ୍କୁ କରଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri