ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି ନେଲେ ସେନେଇ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ଏହି ପ୍ରଶ୍ନର ଉତ୍ତର ପାଇଁ ମୁମ୍ବାଇ ପୋଲିସ ସମସ୍ତ ପ୍ରକାରର ଛାନଭିନ୍‌ ଚଳାଇଛି। ଇତିମଧ୍ୟରେ ବିହାର ମୁଜଫରପୁରରେ ବୁଧବାର ଜଣାଶୁଣା ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଏହି ୮ଜଣଙ୍କ ମଧ୍ୟରେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାଁ ଏବଂ ଜଣାଶୁଣା ଫିଲ୍ମ ପ୍ରଯୋଜକ ଓ ନିର୍ଦ୍ଦେଶକ  କରନ ଜୋହର ରହିଛନ୍ତି। ସେହିପରି ଏକତା କପୁର, ସଞ୍ଜୟ ଲୀଲା ଭଂସାଲୀ, ଆଦିତ୍ୟ ଚୋପ୍ରାଙ୍କ ସମେତ ୮ଜଣଙ୍କ ବିରୋଧରେ ଓକିଲ ସୁଧୀର ଓଝା ମାମଲା ରୁଜୁ କରିଛନ୍ତି। ଏମାନଙ୍କ ଉପରେ ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବା ପାଇଁ ଉସୁକାଇଥିବା ଅଭିଯୋଗରେ ସିଜିଏମ୍‌ କୋର୍ଟରେ ମାମଲା ରୁଜୁ କରାଯାଇଛି। ତେବେ ଏହି ମାମଲାର ଶୁଣାଣି ଜୁଲାଇ ୩ରେ ହେବ ବୋଲି ଜଣାପଡ଼ିଛି। ଅପରପକ୍ଷେ ବଲିଉଡ୍‌ରେ ଉକ୍ତ ସେଲିବ୍ରିଟିଙ୍କ ଷଡଯନ୍ତ୍ର ଯୋଗୁ ସୁଶାନ୍ତଙ୍କ ଫିଲ୍ମ ରିଲିଜ୍‌ ହୋଇ ନ ଥିଲା। ଏହି କାରଣରୁ ଫିଲ୍ମ ସହ ଜଡ଼ିତ ଇଭେଣ୍ଟକୁ ମଧ୍ୟ ସୁଶାନ୍ତଙ୍କୁ ଆମନ୍ତ୍ରଣ କରାଯାଉ ନ ଥିଲା ବୋଲି ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗତ ରବିବାର ମୁମ୍ବାଇ ସ୍ଥିତ ନିଜ ଘରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ନେଇ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଥିଲା। ଏହାପରେ ସେ ଶୋଷଣର ଶୀକାର ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି ବିଭିନ୍ନ ସ୍ତରରେ ଏକାସାଙ୍ଗେ ସ୍ବର ଉଠିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri