Posted inଜାତୀୟ

କରବାଚୌଥ ଦିନ ସ୍ତ୍ରୀ ରଖିଥିଲେ ବ୍ରତ, ପୁଅଙ୍କୁ ଫୋନ୍‌ ଆସିଲା ବାପା ଶହୀଦ ହୋଇଗଲେ

କୋଲକାତା,୧୮।୧୦:ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ବିଏସଏଫ ଯବାନ ବିଜୟ ଭାନ ସିଂ ଶହୀଦ ହୋଇଛନ୍ତି। ଗୁରୁବାର ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିଜୟଙ୍କ ସ୍ତ୍ରୀ କରବାଚୌଥ ବ୍ରତ କରିଥିଲେ। ସନ୍ଧ୍ୟା ହେବା ପୂର୍ବରୁ ବିଜୟଙ୍କ ପୁଅଙ୍କୁ ଏକ ଫୋନ କଲ୍‌ ଆସିଥିଲା କି ତୁମ ବାପା ଶହୀଦ ହୋଇଛନ୍ତି। ବାସ୍‌ ଏତିକି ଶୁଣି ବିଜୟଙ୍କ ସ୍ତ୍ରୀ ପାଦରୁ ମାଟି ଖସିପଡିଥିଲା। ସେ ହତବାକ୍‌ ହୋଇପଡିଥିଲେ। ସୂଚନାଯୋଗ୍ୟ, ଭାରତୀୟ ମତ୍ସ୍ୟଜୀବୀମାନଙ୍କୁ ନେଇ ଉପୁଜିଥିବା ବିବାଦର ସମାଧାନ ପାଇଁ ବିଜିବି ଯବାନମାନେ ଗୁରୁବାର ସକାଳେ ମୁର୍ଶିଦାବାଦ ଜିଲାର କାକ୍ମାରିଚାର ସୀମାନ୍ତ ଘାଟିକୁ ଆସିଥିବାବେଳେ ଏହି ଗୁଳିକାଣ୍ଡ ଘଟିଥିଲା। ୩ ଭାରତୀୟ ମତ୍ସ୍ୟଜୀବୀଙ୍କୁ ବିଜିବି ଯବାନ ଗିରଫ କରିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବାକୁ ମତ୍ସ୍ୟଜୀବୀମାନଙ୍କୁ ବିଏସଏଫ ଅନୁମତି ଦେଇଥିଲା। ଏହି ସୀମା ପଦ୍ମାନଦୀ ମଧ୍ୟଦେଇ ଯାଇଛି, ଯେଉଁଠୁ ପ୍ରଚୁର ଇଲିଶି ମିଳିଥାଏ। ବିଜିବି ଟିମ ୨ ଜଣ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ଅନୁମତି ଦେଇଥିଲାବେଳେ ତୃତୀୟ ଜଣଙ୍କୁ ଗିରଫ କରିଥିବା ବିଏସଏଫଙ୍କୁ ଜଣାଇଦେଇଥିଲା। ବିଏସଏଫ୍‌ ୬ ଜଣିଆ ଟିମ ଘଟଣାର ସମାଧାନ ପାଇଁ ଏକ ମୋଟରବୋ୍ଟରେ ଯାଇଥିଲେ। ସେମାନେ ଆଲୋଚନା ସାରି ବୋଟକୁ ଫେରୁଥିଲାବେଳେ ପଛପଟୁ ସୟେଦ ନାମକ ବିଜିବିର ଜଣେ ଯବାନ ଗୁଳି ଚଳାଇବାରୁ ବିଏସଏଫ ହେଡ କନଷ୍ଟେବଳ ବିଜୟ ଭାନ ସିଂଙ୍କର ମୃତ୍ୟୁ ହୋଇଥିବାବେଳେ କନଷ୍ଟେବଳ ରାଜବୀର ଯାଦବ ଗୁରୁତର ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri