କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାଦ୍ୱାରା ଅଣ-ସଂଗଠିତ କ୍ଷେତ୍ର ଏବଂ ନିଜେ ଛୋଟମୋଟ ବ୍ୟବସାୟ କରୁଥିବା ବହୁ ଲୋକଙ୍କ ପାଖରେ ଦୈନଦିନ ଆବଶ୍ୟକତା ମେଣ୍ଟାଇବା ପାଇଁ ଆଉ ସଞ୍ଚିତ ଅର୍ଥ ନାହିଁ। ତେଣୁ ଲୋକେ କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନ ଥିବା କହୁଛନ୍ତି। ବହୁ ଛୋଟମୋଟ ବ୍ୟବସାୟୀ ମରିବୁ ପଛେ ବାହାରକୁ ଯାଇ କରିବୁ କାମ କରିବା ଅଣ୍ଟା ଭିଡ଼ିଛନ୍ତି। ସରକାରଙ୍କ ପକ୍ଷରୁ ବିଭିନ୍ନ ସେକ୍ଟର ପାଇଁ ୩୪ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ମଧ୍ୟ ଘୋଷଣା କରାଯାଇଛି। ତେବେ ଏହା ସମୁଦ୍ରକୁ ଶଙ୍ଖେ ଭଳି ମନେ ହେଉଛି। ଦେଶର ଲକ୍ଷେ ୫୦ ହଜାର ଶିଳ୍ପପତିଙ୍କୁ ଗଠିତ ହୋଇଥିବା ଉଦ୍ୟୋଗିକ ସଂଗଠନ ପକ୍ଷରୁ ଲକ୍‌ ଡାଉନ୍‌ ହଟାଇବା ଲାଗି ସରକାରଙ୍କ ଉପରେ ଚାପ ମଧ୍ୟ ପକାଯାଉଛି। ଏସବୁ ଶିଳ୍ପ ସଂସ୍ଥାରେ ୫୫ ଲକ୍ଷରୁ ଅଧିକ କର୍ମଚାରୀ କାମ କରୁଛନ୍ତି। ଲକ୍‌ ଡାଉନ ଯୋଗୁ ବିଭିନ୍ନ ଶିଳ୍ପସଂସ୍ଥା ବନ୍ଦ ରହିଛି। ତେଣୁ କର୍ମଚାରୀଙ୍କୁ ଦରମା ମଧ୍ୟ ଦିଆଯାଇପାରୁ ନ ଥିବା ସଂଗଠନ ପକ୍ଷରୁ କୁହାଯାଇଛି। ଲକ୍‌ ଡାଉନ୍‌ ନ ହଟିଲେ କରୋନା ତୁଳନାରେ ଆର୍ଥିକ ମାନ୍ଧାବସ୍ଥା ଅଧିକ ଘାତକ ହେବ ବୋଲି ସଂଗଠନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri