କରୋନାକୁ ନେଇ ବାରୁଣୀ ସ୍ନାନ ବନ୍ଦ: ପୂଜାର୍ଚ୍ଚନା ଲାଗି ପୀଠରେ ରହିବେ ୫ଜଣ, ଶ୍ରଦ୍ଧାଳୁଙ୍କ ସମାଗମକୁ ରୋକିବା ଲାଗି ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟଠାରେ ବୁଧବାର ତହସିଲଦାର ଅରୁଣ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିବା ବେଳେ ଶନିବାର ଓ ରବିବାର ହେବାକୁ ଥିବା ମହାବାରୁଣୀ ସ୍ନାନକୁ ତହସିଲଦାର ସମସ୍ତଙ୍କ ସହଯୋଗ ଲୋଡ଼ି ବନ୍ଦ କରିବାକୁ ଘୋଷଣା କରିଛନ୍ତି। କେବଳ ୫ ଜଣ ବ୍ୟକ୍ତିଙ୍କ ମଧ୍ୟରେ ମହାପ୍ରଭୁଙ୍କର ରୀତିନୀତି ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଯେପରି କୌଣସି ଶ୍ରଦ୍ଧାଳୁ ପ୍ରତାପୁର ବାରୁଣୀ ଘାଟକୁ ନ ଆସିବେ ସେଥିନେଇ ପୋଲିସ ଓ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇ ପ୍ରତାପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଆଛୁଲି ଛକ, ପ୍ରତାପୁର ଛକ, ବଡ଼ରାମ ପଲୀ ଛକ ଓ ଦକ୍ଷିଣକାଳୀ ଛକ ସିଲ୍‌ କରିଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାସହ ଜାମୁନି ଓ ପାଣ୍ଡିଆଠାରେ ହେବାକୁଥିବା ବାରୁଣୀ ଘାଟ ବୁଡ଼କୁ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଏହି ବାରୁଣୀ ଲାଗି ଯେପରି କୌଣସି ବସ୍‌ ଓ ଅଟୋ ଚଳାଚଳ ନ କରିବ ସେଥିଲାଗି ବସ ମାଲିକ ସଂଘ ଓ ଅଟୋମୋବାଇଲ ଆସୋସିଏଶନକୁ ନିର୍ଦ୍ଦେଶ ଦଆଯାଇଛିି ।
ସେହିପରି ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ମା’ ଦଣ୍ଡକାଳୀଙ୍କ ଯାତ୍ରାକୁ ମଧ୍ୟ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇ ୫ ଜଣଙ୍କୁ ନେଇ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବାକୁ କହିଛନ୍ତି । ମାତ୍ର ଏହି ଦଣ୍ଡକାଳୀଙ୍କ ରୀତିନୀତି କରିବାକୁ ହେଲେ ଅତିକମରେ ୧୩ ଜଣ ବ୍ୟକ୍ତି (ତେର ଭୁକ୍ତା) ଆବଶ୍ୟକ ରହିଥିବା ହେତୁ ତାହାକୁ ନେଇ ଏବେ ସଙ୍କଟ ଦେଖାଦେଇଛି । ଏହି ବୈଠକରେ ଅତିରିକ୍ତ ତହସିଲଦାର ସୁନୀଲ କୁମାର ଟୁଡୁ, ଜନ୍ମେଜୟ ସାହୁ, ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri