Posted inଜାତୀୟ

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ପ୍ରସ୍ତାବ ଦେଇଛନ୍ତି। ଏଥିପାଇଁ ଭାରତ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦ ନିୟୁତ ଡଲାର ଯୋଗାଇଦେବ ବୋଲି ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ମିଳିତ ଉଦ୍ୟମ ବଳରେ କରୋନାର ମୁକାବିଲା କରାଯାଇପାରିବ ବୋଲି ସେ ମତ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରସ୍ତାବକ୍ରମେ ରବିବାର ଅନୁଷ୍ଠିତ ଭିଡିଓ କନ୍‌ଫରେନ୍ସରେ ସମସ୍ତ ସାର୍କ ସଦସ୍ୟ ରାଷ୍ଟ୍ରର ପ୍ରତିନିଧି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏଥିରେ ଭାଗ ନେଇ ସାର୍କ ରାଷ୍ଟ୍ରଗୋଷ୍ଠୀକୁ ଭାରତର ବାର୍ତ୍ତା ଦେଇଛନ୍ତି। ମାରାତ୍ମକ କୋଭିଡ-୧୯ର ମୁକାବିଲା ଲାଗି ପ୍ରସ୍ତୁତ ହୁଅ, କିନ୍ତୁ ଭୟ କରନାହିଁ ବୋଲି ମୋଦି କହିଥିଲେ। ବିଶ୍ୱ ଜନସଂଖ୍ୟାର ଏକ-ପଞ୍ଚମାଂଶ ବସବାସ କରୁଥିବା ସାର୍କ ରାଷ୍ଟ୍ରଗୁଡ଼ିକୁ ସମ୍ଭାବ୍ୟ ଭବିଷ୍ୟତ ସ୍ଥିତି ଲାଗି ପ୍ରସ୍ତୁତ ହେବାକୁ ପଡ଼ିବ। ବର୍ତ୍ତମାନ ସୁଦ୍ଧା ସାର୍କ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୦ରୁ କମ୍‌ ରହିଛି। ଆମକୁ ଆହୁରି ସତର୍କ ରହିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ଭିଡିଓ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ କହିଥିଲେ। ଆମେ ସମସ୍ତେ ଏକାଠି ପ୍ରସ୍ତୁତ ହେବା, ପ୍ରତିକାର ବ୍ୟବସ୍ଥା କରିବା ଦ୍ୱାରା ନିଶ୍ଚୟ ସଫଳ ହୋଇପାରିବା ବୋଲି ସେ ପରାମର୍ଶ ଦେଇଥିଲେ।
କରୋନା ମୁକାବିଲା ଲାଗି ଭାରତ ଚିକିତ୍ସା ଭିତ୍ତିଭୂମିର ବିକାଶ ସମେତ ଅନେକ ପଦକ୍ଷେପ ଗ୍ରହଣ କରିଛି। ବାହାର ଦେଶର ଯାତ୍ରୀମାନଙ୍କୁ ବିମାନବନ୍ଦରରେ ଯାଞ୍ଚ କରାଯାଉଛି। ସନ୍ଦିଗ୍ଧଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖାଯାଇ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି। ବିଭିନ୍ନ ସଂକ୍ରମିତ ଦେଶରେ ଥିବା ପ୍ରାୟ ୧୪୦୦ ଭାରତୀୟଙ୍କୁ ଫେରାଇ ଅଣାଗଲାଣି। ଏପରିକି ପଡୋଶୀ ଦେଶର ଲୋକଙ୍କୁ ମଧ୍ୟ ଫେରାଇ ଆଣିବାରେ ଭାରତ ସହାୟତା କରିଛି। ଭୂତାଣୁକୁ ହେୟଜ୍ଞାନ କରନ୍ତୁ ନାହିଁ କି ଏହାକୁ ନେଇ ଭୟ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ, ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲି, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ଆଫଗାନିସ୍ତାନ ରାଷ୍ଟ୍ରପତି ଅଶ୍ରଫ ଗନି ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହକାରୀ (ସ୍ବାସ୍ଥ୍ୟ) ଜଫର ମିର୍ଜା ଭିଡିଓ କନ୍‌ଫରେନ୍ସରେ ଭାଗ ନେଇଥିଲେ। ସଦସ୍ୟ ରାଷ୍ଟ୍ରମାନେ ସମନ୍ବିତ ଉଦ୍ୟମ ଉପରେ ଜୋର ଦେଇଥିଲେ। ସାର୍କ ରାଷ୍ଟ୍ରମାନଙ୍କର ଏକ ମନ୍ତ୍ରୀଗୋଷ୍ଠୀ ଗଠନ ପାଇଁ ଶ୍ରୀଲଙ୍କା ରାଷ୍ଟ୍ରପତି ପରାମର୍ଶ ଦେଇଥିଲେ। କରୋନା ଭୂତାଣୁ ସର୍ଭିଲାନ୍ସ ପୋର୍ଟାଲ ସ୍ଥାପନ କରି ଭାରତ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ସମ୍ଭାବ୍ୟ ସଂକ୍ରମଣ ଚିହ୍ନଟରେ ସହାୟତା କରିପାରିବ ବୋଲି ସେ କହିଥିଲେ। ମହାମାରୀ ନିୟନ୍ତ୍ରଣ ଲାଗି ମିଳିତ ଗବେଷଣା ପ୍ଲାଟଫର୍ମ ସ୍ଥାପନ ନିମନ୍ତେ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ଏଥିରେ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ (ଆଇସିଏମ୍‌ଆର୍‌) ନେତୃତ୍ୱ ନେଇପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri