Posted inଜାତୀୟ

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ପ୍ରସ୍ତାବ ଦେଇଛନ୍ତି। ଏଥିପାଇଁ ଭାରତ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦ ନିୟୁତ ଡଲାର ଯୋଗାଇଦେବ ବୋଲି ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ମିଳିତ ଉଦ୍ୟମ ବଳରେ କରୋନାର ମୁକାବିଲା କରାଯାଇପାରିବ ବୋଲି ସେ ମତ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରସ୍ତାବକ୍ରମେ ରବିବାର ଅନୁଷ୍ଠିତ ଭିଡିଓ କନ୍‌ଫରେନ୍ସରେ ସମସ୍ତ ସାର୍କ ସଦସ୍ୟ ରାଷ୍ଟ୍ରର ପ୍ରତିନିଧି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏଥିରେ ଭାଗ ନେଇ ସାର୍କ ରାଷ୍ଟ୍ରଗୋଷ୍ଠୀକୁ ଭାରତର ବାର୍ତ୍ତା ଦେଇଛନ୍ତି। ମାରାତ୍ମକ କୋଭିଡ-୧୯ର ମୁକାବିଲା ଲାଗି ପ୍ରସ୍ତୁତ ହୁଅ, କିନ୍ତୁ ଭୟ କରନାହିଁ ବୋଲି ମୋଦି କହିଥିଲେ। ବିଶ୍ୱ ଜନସଂଖ୍ୟାର ଏକ-ପଞ୍ଚମାଂଶ ବସବାସ କରୁଥିବା ସାର୍କ ରାଷ୍ଟ୍ରଗୁଡ଼ିକୁ ସମ୍ଭାବ୍ୟ ଭବିଷ୍ୟତ ସ୍ଥିତି ଲାଗି ପ୍ରସ୍ତୁତ ହେବାକୁ ପଡ଼ିବ। ବର୍ତ୍ତମାନ ସୁଦ୍ଧା ସାର୍କ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୦ରୁ କମ୍‌ ରହିଛି। ଆମକୁ ଆହୁରି ସତର୍କ ରହିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ଭିଡିଓ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ କହିଥିଲେ। ଆମେ ସମସ୍ତେ ଏକାଠି ପ୍ରସ୍ତୁତ ହେବା, ପ୍ରତିକାର ବ୍ୟବସ୍ଥା କରିବା ଦ୍ୱାରା ନିଶ୍ଚୟ ସଫଳ ହୋଇପାରିବା ବୋଲି ସେ ପରାମର୍ଶ ଦେଇଥିଲେ।
କରୋନା ମୁକାବିଲା ଲାଗି ଭାରତ ଚିକିତ୍ସା ଭିତ୍ତିଭୂମିର ବିକାଶ ସମେତ ଅନେକ ପଦକ୍ଷେପ ଗ୍ରହଣ କରିଛି। ବାହାର ଦେଶର ଯାତ୍ରୀମାନଙ୍କୁ ବିମାନବନ୍ଦରରେ ଯାଞ୍ଚ କରାଯାଉଛି। ସନ୍ଦିଗ୍ଧଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖାଯାଇ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି। ବିଭିନ୍ନ ସଂକ୍ରମିତ ଦେଶରେ ଥିବା ପ୍ରାୟ ୧୪୦୦ ଭାରତୀୟଙ୍କୁ ଫେରାଇ ଅଣାଗଲାଣି। ଏପରିକି ପଡୋଶୀ ଦେଶର ଲୋକଙ୍କୁ ମଧ୍ୟ ଫେରାଇ ଆଣିବାରେ ଭାରତ ସହାୟତା କରିଛି। ଭୂତାଣୁକୁ ହେୟଜ୍ଞାନ କରନ୍ତୁ ନାହିଁ କି ଏହାକୁ ନେଇ ଭୟ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେ, ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲି, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ଆଫଗାନିସ୍ତାନ ରାଷ୍ଟ୍ରପତି ଅଶ୍ରଫ ଗନି ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହକାରୀ (ସ୍ବାସ୍ଥ୍ୟ) ଜଫର ମିର୍ଜା ଭିଡିଓ କନ୍‌ଫରେନ୍ସରେ ଭାଗ ନେଇଥିଲେ। ସଦସ୍ୟ ରାଷ୍ଟ୍ରମାନେ ସମନ୍ବିତ ଉଦ୍ୟମ ଉପରେ ଜୋର ଦେଇଥିଲେ। ସାର୍କ ରାଷ୍ଟ୍ରମାନଙ୍କର ଏକ ମନ୍ତ୍ରୀଗୋଷ୍ଠୀ ଗଠନ ପାଇଁ ଶ୍ରୀଲଙ୍କା ରାଷ୍ଟ୍ରପତି ପରାମର୍ଶ ଦେଇଥିଲେ। କରୋନା ଭୂତାଣୁ ସର୍ଭିଲାନ୍ସ ପୋର୍ଟାଲ ସ୍ଥାପନ କରି ଭାରତ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ସମ୍ଭାବ୍ୟ ସଂକ୍ରମଣ ଚିହ୍ନଟରେ ସହାୟତା କରିପାରିବ ବୋଲି ସେ କହିଥିଲେ। ମହାମାରୀ ନିୟନ୍ତ୍ରଣ ଲାଗି ମିଳିତ ଗବେଷଣା ପ୍ଲାଟଫର୍ମ ସ୍ଥାପନ ନିମନ୍ତେ ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ଏଥିରେ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ (ଆଇସିଏମ୍‌ଆର୍‌) ନେତୃତ୍ୱ ନେଇପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri