କରୋନାକୁ ପୂରିଲା ୧୩୫ ଦିନ: ସାମାନ୍ୟ ଅସାବଧାନତା ନେଇପାରେ ଅନେକଙ୍କ ଜୀବନ !

ନୂଆଦିଲ୍ଲୀ,୧୬।୬: କରୋନା ଭାଇରସକୁ ଏକ ଅଜଣା ବିଶ୍ୱାସଘାତୀ ଶତ୍ରୁ ବୋଲି କହି ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି ସାମାନ୍ୟ ଅବହେଳା ପରିସ୍ଥିତିକୁ ଆହୁଳି ଜଟିଳ କରିଦେଇପାରେ। ଦେଶରେ କରୋନା ତା’ର ସ୍ଥିତି ଜାରିର କରିବାର ୧୩୫ ଦିନ ପୂରଣ ହୋଇସାରିଲାଣି। ହେଲେ ଏବେ ପର୍ଯ୍ୟନ୍ତ ଏହା କମ୍‌ ହେବା ପରିବର୍ତ୍ତେ ବଢି ବଢି ଚାଲିଛି। ଏହି ଭାଇରସକୁ ନେଇ ଭାରତ କ’ଣ କ’ଣ ହାସଲ କରିଛି ଓ ଆଗକୁ ଦେଶପାଇଁ କ’ଣ ଚ୍ୟାଲେଞ୍ଜ ରହିଛି ତାକୁ ନେଇ ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି(ଏନ୍‌ଆଇଭି)ର ନିର୍ଦ୍ଦେଶକ ଡାକ୍ତର ପ୍ରିୟା ଆବ୍ରାହମ ଓ ଡବ୍ଲୁଏଚ୍‌ଓର ପୂର୍ବତନ ମହାମାରୀ ରୋଗ ନିର୍ଦ୍ଦେଶକ ରାଜେଶ ଭାଟିଆ ୧୦୦ ଦିନର ଏକ ସମିକ୍ଷା କରିଥିବା ଜଣାପଡିଛି। ଏମାନଙ୍କ ମତରେ କରୋନା ମହାମାରୀକୁ ନେଇ କରାଯାଉଥିବା ସମସ୍ତ ଆକଳନ ଉପରେ ଭରସା କରିବା ଠିକ୍‌ ନୁହେଁ। ଏମାନେ କହିଛନ୍ତି କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିଲା। ହେଲେ ଏହି ସମୟରେ ଅନେକ ଲୋକ ସେମାନଙ୍କ ରୋଜଗାର ହରାଇଲେ। ଅନେକେ ପ୍ରବାସୀ ଶ୍ରମିକ ସେମାନଙ୍କ ରାଜ୍ୟକୁ ଫେରି ଆସିବାକୁ ଚାହିଁଲେ। ଫଳରେ ରୋଗ ସଂକ୍ରମଣ ପ୍ରବାସୀଙ୍କ ଜରିଆରେ ବହୁ ପରିମାଣରେ ବୃଦ୍ଧି ହେଲା। ଏହାପରେ ପ୍ରତି ରାଜ୍ୟରେ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦିଆଗଲା। ସେହିପରି ଲକ୍‌ଡାଉନ ସମୟରେ ସଂକ୍ରମଣ ହାର କମ୍‌ ଥିବା ବେଳେ ଲକ୍‌ଡାଉନ କଟକଣା ହଟାଇ ନିଆଯିବା ପରେ ସଂକ୍ରମଣ ହାର ବୃଦ୍ଧି ପାଉଥିବାରୁ ଏହି ସମୟରେ ସାମାନ୍ୟ ଅବହେଳା ଆମକୁ ଆହୁରି ଅଧିକ ସମସ୍ୟା ଭିତରକୁ ଟାଣି ନେଇପାରେ ବୋଲି ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri