କରୋନାକୁ ଭୟ ନ କରି ସଚେତନ ରୁହ: ଜିଲାପାଳ

ବ୍ରହ୍ମପୁର ଅଫିସ,୯ା୩: ଦେଶରେ କରୋନା ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ କେହି ଏପରି ଚିହ୍ନଟ ହୋଇନାହାନ୍ତି। ତେଣୁ ଗଞ୍ଜାମ ଜିଲାରେ ଏହି ଭୂତାଣୁକୁ ନେଇ ଭୟ କରିବାର କୌଣସି କାରଣ ନାହିଁ। କେବଳ ସଚେତନ ରହିବା ଆବଶ୍ୟକ ବୋଲି ରବିବାର ବ୍ରହ୍ମପୁର ମହାନଗର ନିଗମ(ବିଏମସି) ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି ା ବାହାରକୁ ନ ଯାଇ ଘରେ ହୋଲି ପର୍ବ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାଶ, ଥଣ୍ଡା, ଜ୍ୱର ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ସହ ଯେତେ ସମ୍ଭବ ଜନଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା ଆବଶ୍ୟକ ା କଫ, ଛେପରୁ ମଧ୍ୟ ଏହି ରୋଗ ବ୍ୟାପିବା ସମ୍ଭାବନା ରହିଥିବାରୁ ଏସବୁକୁ ଏଣେତେଣେ ନ ପକାଇବାକୁ ଜିଲାପାଳ କହିଛନ୍ତି ା ନିୟମିତ ହାତ ଧୋଇବା, ଜନଗହଳିପୂର୍ଣ୍ଣ ସ୍ଥାନରେ ମୁହଁରେ ରୁମାଲ କିମ୍ବା ମାକ୍ସ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ା
ଏମକେସିଜି ମେଡିକାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ୧୨ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ଆଇସୋଲେଟେଡ ୱାର୍ଡ ଖୋଲାଯାଇଛି। ସେହିପରି ରୋଗୀଙ୍କ ସମ୍ପର୍କୀୟଙ୍କ ରହିବା ସକାଶେ ୨୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କ୍ୱରେଣ୍ଟାଇନ୍‌ ୱାର୍ଡ, ୧୪ ଶଯ୍ୟା ବିଶିଷ୍ଟ ଚିକିତ୍ସା ୱାର୍ଡ ଖୋଲାଯାଇଛି ା ବର୍ତ୍ତମାନ ସୁଦ୍ଧା କୌଣସି ସନ୍ଦିଗ୍ଧ ଏହି ୱାର୍ଡରେ ଭର୍ତ୍ତି ହୋଇ ନ ଥିବା ଏମକେସିଜି ସୁପରିଣ୍ଟେଣ୍ଡେଣ୍ଟ ଡା. ଏସ.କେ ମିଶ୍ର ସୂଚନା ଦେଇଛନ୍ତି। ସ୍ପଶର୍ର୍ ଯୋଗୁ ମଧ୍ୟ ଏହି କରୋନା ଭୂତାଣୁ ବ୍ୟାପୁଥିବାରୁ ସନ୍ଦିଗ୍ଧ ଏକ ମିଟର ଦୂରରୁ ଅନ୍ୟ ସହ କଥା ହେବା ଓ ହାତ ନ ମିଳାଇବାକୁ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜଗଦୀଶ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ା ବିଦେଶରୁ ଫେରୁଥିବା ବ୍ୟକ୍ତି ତୁରନ୍ତ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସନ୍ତୋଷ କୁମାର ପାଢୀ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ଅଧିକାରୀ ଶ୍ୟାମସୁନ୍ଦର ତ୍ରିପାଠୀ, ଜିଲା ଏପିଡେମୋଲୋଜିଷ୍ଟ ଡା. ଅଶୋକ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri