କରୋନାକୁ ଭୟ ନ କରି ସଚେତନ ରୁହ: ଜିଲାପାଳ

ବ୍ରହ୍ମପୁର ଅଫିସ,୯ା୩: ଦେଶରେ କରୋନା ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ କେହି ଏପରି ଚିହ୍ନଟ ହୋଇନାହାନ୍ତି। ତେଣୁ ଗଞ୍ଜାମ ଜିଲାରେ ଏହି ଭୂତାଣୁକୁ ନେଇ ଭୟ କରିବାର କୌଣସି କାରଣ ନାହିଁ। କେବଳ ସଚେତନ ରହିବା ଆବଶ୍ୟକ ବୋଲି ରବିବାର ବ୍ରହ୍ମପୁର ମହାନଗର ନିଗମ(ବିଏମସି) ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି ା ବାହାରକୁ ନ ଯାଇ ଘରେ ହୋଲି ପର୍ବ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାଶ, ଥଣ୍ଡା, ଜ୍ୱର ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ସହ ଯେତେ ସମ୍ଭବ ଜନଗହଳିପୂର୍ଣ୍ଣ ସ୍ଥାନକୁ ନ ଯିବା ଆବଶ୍ୟକ ା କଫ, ଛେପରୁ ମଧ୍ୟ ଏହି ରୋଗ ବ୍ୟାପିବା ସମ୍ଭାବନା ରହିଥିବାରୁ ଏସବୁକୁ ଏଣେତେଣେ ନ ପକାଇବାକୁ ଜିଲାପାଳ କହିଛନ୍ତି ା ନିୟମିତ ହାତ ଧୋଇବା, ଜନଗହଳିପୂର୍ଣ୍ଣ ସ୍ଥାନରେ ମୁହଁରେ ରୁମାଲ କିମ୍ବା ମାକ୍ସ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ା
ଏମକେସିଜି ମେଡିକାଲରେ କରୋନା ଆକ୍ରାନ୍ତଙ୍କ ପାଇଁ ୧୨ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ଆଇସୋଲେଟେଡ ୱାର୍ଡ ଖୋଲାଯାଇଛି। ସେହିପରି ରୋଗୀଙ୍କ ସମ୍ପର୍କୀୟଙ୍କ ରହିବା ସକାଶେ ୨୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କ୍ୱରେଣ୍ଟାଇନ୍‌ ୱାର୍ଡ, ୧୪ ଶଯ୍ୟା ବିଶିଷ୍ଟ ଚିକିତ୍ସା ୱାର୍ଡ ଖୋଲାଯାଇଛି ା ବର୍ତ୍ତମାନ ସୁଦ୍ଧା କୌଣସି ସନ୍ଦିଗ୍ଧ ଏହି ୱାର୍ଡରେ ଭର୍ତ୍ତି ହୋଇ ନ ଥିବା ଏମକେସିଜି ସୁପରିଣ୍ଟେଣ୍ଡେଣ୍ଟ ଡା. ଏସ.କେ ମିଶ୍ର ସୂଚନା ଦେଇଛନ୍ତି। ସ୍ପଶର୍ର୍ ଯୋଗୁ ମଧ୍ୟ ଏହି କରୋନା ଭୂତାଣୁ ବ୍ୟାପୁଥିବାରୁ ସନ୍ଦିଗ୍ଧ ଏକ ମିଟର ଦୂରରୁ ଅନ୍ୟ ସହ କଥା ହେବା ଓ ହାତ ନ ମିଳାଇବାକୁ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜଗଦୀଶ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ା ବିଦେଶରୁ ଫେରୁଥିବା ବ୍ୟକ୍ତି ତୁରନ୍ତ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସନ୍ତୋଷ କୁମାର ପାଢୀ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ଅଧିକାରୀ ଶ୍ୟାମସୁନ୍ଦର ତ୍ରିପାଠୀ, ଜିଲା ଏପିଡେମୋଲୋଜିଷ୍ଟ ଡା. ଅଶୋକ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri