କରୋନାକୁ ରୋକିବାରେ ସମ୍ପୂର୍ଣ୍ଣ ସମର୍ଥ ନୁହେଁ ବିସିଜି ପ୍ରତିଷେଧକ ଟୀକା: ପ୍ରଭାବ ରୁହେ ମାତ୍ର ୧୫ ବର୍ଷ !

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ କରୋନା ସଂକ୍ରମଣକୁ ରୋକିବା ନେଇ ନାନା ଉଦ୍ୟମ ଅବ୍ୟାହତ ରହିଛି। କିଛିଦିନ ତଳେ ରିପୋର୍ଟ ମିଳିଥିଲା ଯେ, ଜନ୍ମ ସମୟରେ ବିସିଜି ପ୍ରତିଷେଧକ ଟୀକା ନେଇଥିବା ଲୋକଙ୍କୁ କରୋନାର ସଂକ୍ରମଣ ହୋଇ ନ ଥାଏ। ମାତ୍ର ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌)ର ବରିଷ୍ଠ ବୈଜ୍ଞାନିକ ଡ. ରମଣ ଗଙ୍ଗାଖେଡ଼କର କହିଛନ୍ତି ଯେ, ବିସିଜି ଟୀକା କରୋନା ମୁକାବିଲାରେ କେତେ ଦୂର ସହାୟକ ହେବ ତାହା ସଠିକ ଭାବେ କହିହେବ ନାହିଁ। ଏହା କରୋନାକୁ ରୋକିବାରେ ସମ୍ପୂର୍ଣ୍ଣ ସମର୍ଥ ନୁହେଁ। ଜନ୍ମ ସମୟରେ ଦିଆଯାଉଥିବା ବିସିଜି ଟୀକାର ପ୍ରଭାବ ଶରୀରରେ ମାତ୍ର ୧୫ ବର୍ଷ ପାଇଁ ରହିଥାଏ। ଏହାଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବା ନିଶ୍ଚିତ। କିନ୍ତୁ ଏହା କରୋନାକୁ କିଭଳି ପ୍ରତିରୋଧ କରିବା ତାହା ଉପରେ ଅଧିକ ଗବେଷଣାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri