Posted inଜାତୀୟ

କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ

ମୁମ୍ବାଇ,୧୭।୩: କରୋନା ଭାଇରସ୍‌ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏପର୍ଯ୍ୟନ୍ତ ଭାରତରେ ୧୨୮ଟି ଘଟଣା ସାମ୍ନାକୁ ଆସିଛି, ଯେଉଁଥିରେ ମହାରାଷ୍ଟ୍ରର ଜଣେ ୩ବର୍ଷର ଶିଶୁକନ୍ୟା ଥିବା ଜଣାପଡ଼ିଛି। ଅପରପକ୍ଷେ କରୋନା ଯୋଗୁ ମହାରାଷ୍ଟ୍ର ଅଧିକ ପ୍ରଭାବିତ ହୋଇଥିବା ବେଳେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ମୁମ୍ବାଇର କସ୍ତୁରବା ହସ୍ପିଟାଲରେ କରୋନା ଯୋଗୁ ଜଣେ ୬୪ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମହାରାଷ୍ଟ୍ରରେ ଏହା ପ୍ରଥମ ମୃତ୍ୟୁ ଘଟଣା ହୋଇଥିବା ବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଏହା ପୂର୍ବରୁ ଦିଲ୍ଲୀ ଓ କର୍ନାଟକରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସୂଚନାଯୋଗ୍ୟ, ନିକଟରେ ଉକ୍ତ ବ୍ୟକ୍ତି ଦୁବାଇରୁ ଫେରିଥିବା ବେଳେ ତାଙ୍କୁ ମୁମ୍ବାଇର କସ୍ତୁରବା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପତ୍ନୀ ଓ ପୁଅଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ରହିଥିବା କୁହାଯାଉଛି। ସେମାନଙ୍କୁ ମଧ୍ୟ ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ମଙ୍ଗଳବାର ମହାରାଷ୍ଟ୍ରରେ କରୋନା ଭାଇରସ୍‌ର ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ସବୁ ବିଦେଶୀ ନାଗରିକ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ର ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୦ରୁ ଊର୍ଦ୍ଧ୍ୱ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri