Posted inଜାତୀୟ

କରୋନାଭାଇରସରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର

ତିରୁଭାନନ୍ଥପୁରମ୍‌,୧୦।୨: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ମହିଳାଙ୍କ ସ୍ଥିତି ଏବେ ସୁଧୁରିବାରେ ଲାଗିଛି। ସେ ଏବେ ରୋଗମୁକ୍ତ ହେଉଥିବା ଜଣାପଡ଼ିଛି। ନିକଟରେ କେରଳସ୍ଥିତ ଜାତୀୟ ଭୁତାଣୁବାହକ ରୋଗ ଅନୁସଂନ୍ଧାନ ପ୍ରତିଷ୍ଠାନ (ଏନଆଇଭି)ରେ ତାଙ୍କର ରକ୍ତ ପରୀକ୍ଷା କରାଯାଇଥିଲା। ସେଠାରେ ତାଙ୍କର ରିପୋର୍ଟ ତାହା ନେଗେଟିଭ ଆସିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଚାଇନାର ଉହାନ ବିଶ୍ୱବିଦ୍ୟାଳୟରୁ ଫେରିଥିବା ମେଡିକାଲ ଛାତ୍ରୀଙ୍କ ମଧ୍ୟ କରୋନାଭାଇରସ୍‌ ଲକ୍ଷଣ ଦେଖାଯାଇଥିଲା। ଏହାପରେ ଜାନୁଆରି ୩୦ରେ ତାଙ୍କ ରକ୍ତରେ ମଧ୍ୟ କରୋନାଭାଇରସ ଥିବା ଜଣାପଡ଼ିଥିଲା। ଏହାକୁ ଦୃଷ୍ଟିରେ ରଖି ତାଙ୍କୁ ଅଲଗା ରଖାଯିବା ସହ ଉକ୍ତ ମେଡିକାଲ ଛାତ୍ରୀଙ୍କ ଚିକିତ୍ସା ତ୍ରିସୁର ମେଡିକାଲ କଲେଜରେ କରାଯାଉଛି। ତେବେ ତାଙ୍କର ଆଉ ଏକ ରକ୍ତ ନମୁନା ପୁଣେ ସ୍ଥିତ ଏନଆଇଭିକୁ ପଠାଯାଇଛି। ଏହି ରିପୋର୍ଟ ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯିବ ବୋଲି ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri