କରୋନାଭାଇରସର ସତ୍ୟତା ବଖାଣୁଥିବା ବ୍ୟକ୍ତିଙ୍କୁ ଅପହରଣ କରୁଛି ଚାଇନା!

ବେଜିଂ,୧୦।୨: ଚାଇନା କାହିଁକି ଏବେ ସାରା ବିଶ୍ୱରେ କରୋନାଭାଇରସ ସମସ୍ତଙ୍କ ନିଦ ହଜାଇ ଦେଇଛି। ଏହାର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନା ସରକାର କରୋନାର ମୁକାବିଲା କରିବାରେ ଫେଲ୍‌ ମାରିଥିବା କୁହାଯାଉଛି। ଏବେ ସେଠାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ୯୦୮ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ଟପି ଗଲାଣି। ଯଦିଓ ଏହା ସରକାରୀ ଭାବେ ଘୋଷଣା କରାଯାଇଛି ବେସରକାରୀ ଭାବେ ଏହାର ସଂଖ୍ୟା ବହୁ ଅଧିକ ବୋଲି କୁହାଯାଉଛି। କିନ୍ତୁ ଚାଇନା ଏହା ପ୍ରକାଶ କରୁ ନାହିଁ ବୋଲି କେହି କେହି ମତ ଦେଉଛନ୍ତି। ଆହୁରି ମଧ୍ୟ ଆଲୋଚନା ହେଲାଣି କି କରୋନାଭାଇରସର ସତ୍ୟତାକୁ ଚାଇନା ସରକାର ଲୁଚାଇବାକୁ ଚେଷ୍ଟା କରୁଛନ୍ତି। ଏହାସହ ଏହାର ସତ୍ୟତା ପ୍ରକାଶ କରୁଥିବା ବ୍ୟକ୍ତିଙ୍କୁ ଚାଇନା ଅପହରଣ କରୁଛି ବୋଲି କୁହାଯାଉଛି। ଗତ ସପ୍ତାହରେ ପ୍ରଥମ କରି କାରୋନାଭାଇରସ ସମ୍ପର୍କରେ ତଥ୍ୟ ଦେଉଥିବା ଡାକ୍ତର ଲି ଓ୍ବେନଲିୟାଙ୍ଗ ମୃତ୍ୟୁ ହୋଇଥିଲା। ଏହି କରୋନାଭାଇରସ ସମ୍ପର୍କିତ ତଥ୍ୟ ପ୍ରଦାନ କରୁଥିବା ଜଣେ ଚାଇନା ସାମ୍ବାଦିକ ଚେନ କ୍ୟୁସିଙ୍କ ନିଖୋଜ ଖବର ଏବେ ଚାଇନାର କାର୍ଯ୍ୟକଳାପ ଉପରେ ସନ୍ଦେହ ସୃଷ୍ଟି କରିଛି। କ୍ୟୁସି ଚାଇନାର ଉହାନ ସହରରେ ରହି କରୋନାଭାଇରସ ଉପରେ ତଥ୍ୟ ପ୍ରଦାନ କରୁଥିଲେ। ଏବେ ଏହାକୁ ନେଇ ଚାଇନା ଲୋକେ କ୍ଷୋଭ ପ୍ରକାଶ କରିଥିବା ଜଣାପଡିଛି। ସେମାନେ ଅଭିଯୋଗ କରିଛନ୍ତି କି ଡାକ୍ତର ଲି ଓ୍ବେନଲିୟାଙ୍ଗଙ୍କୁ ଡରାଇ ଧମକାଇ ମାରି ଦିଆଯାଇଥିବା ବେଳେ ସାମ୍ବାଦିକଙ୍କୁ ଅପହରଣ କରିବା ଆହୁରି ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri