କରୋନାଭାଇରସ ରୋକିବାକୁ ଟେଲିଭିଜନ, ସିନେମାରୁ ହଟାଯାଉଛି କିସିଂ ସିନ୍‌

ତାଇପେ,୧୦।୨: ଚାଇନାରେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏବେ ଏହାକୁ ରୋକିବା ପାଇଁ ଚାଇନା ସରକାର ଭିନ୍ନ ଭିନ୍ନ ପଦକ୍ଷେପ ନେଉଛନ୍ତି। ଶୁଣିବାକୁ ମିଳିଛି ଏବେ ଚାଇନା ସରକାର ଟେଲିଭିଜନ ଧାରାବାହିକ ଓ ସିନେମାରୁ କିସିଂ ସିନ୍‌ ହଟାଇ ଦେଉଛନ୍ତି। କିସିଂ ଦ୍ୱାରା କରୋନାଭାଇରସ ବ୍ୟାପୁଥିବାରୁ ସରକାର ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ନିକଟରେ କରୋନାଭାଇରସ ବାୟୁଦ୍ୱାରା ବ୍ୟାପୁଥିବା ବିଶେଷଜ୍ଞମାନେ କହିଛନ୍ତି। କେବଳ ସେତିକି ନୁହେଁ ସିଧାସଳଖ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ କରୋନାଭାଇରସ ସଂକ୍ରମିତ ହେଉଛି ବୋଲି ମଧ୍ୟ କୁହାଯାଇଛି। ୟୁନାଇଟେଡ ଡେଲି ରିପୋର୍ଟ ଅନୁଯାୟୀ, ଏହାକୁ ନଜରରେ ରଖି ଚାଇନାର ତାଇଓ୍ବାନରେ ଶୁଟିଂ କରାଯାଉଥିବା ଟେଲିଭିଜନ ଓ ସିନେମା ସିନ୍‌ରୁ କିସିଂ ସିନ୍‌କୁ ହଟାଇ ଦେବାକୁ ସ୍ଥିର କରାଯାଇଥିବା କୁହାଯାଉଛି। ଏହାସହ କଳାକାରମାନେ କଥାବାର୍ତ୍ତା ସମୟରେ ନିଜ ନିଜ ଭିତରେ ଦୂରତା ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଏଭଳି ପଦକ୍ଷେକୁ କଳାକାର ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କରୋନାଭାଇରସ ସଂକ୍ରମଣରେ ଚାଇନାରେ ଏବେ ସୁଦ୍ଧା ୯୦୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri