କରୋନାଭାଇରସ ରୋକିବାକୁ ଟେଲିଭିଜନ, ସିନେମାରୁ ହଟାଯାଉଛି କିସିଂ ସିନ୍‌

ତାଇପେ,୧୦।୨: ଚାଇନାରେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏବେ ଏହାକୁ ରୋକିବା ପାଇଁ ଚାଇନା ସରକାର ଭିନ୍ନ ଭିନ୍ନ ପଦକ୍ଷେପ ନେଉଛନ୍ତି। ଶୁଣିବାକୁ ମିଳିଛି ଏବେ ଚାଇନା ସରକାର ଟେଲିଭିଜନ ଧାରାବାହିକ ଓ ସିନେମାରୁ କିସିଂ ସିନ୍‌ ହଟାଇ ଦେଉଛନ୍ତି। କିସିଂ ଦ୍ୱାରା କରୋନାଭାଇରସ ବ୍ୟାପୁଥିବାରୁ ସରକାର ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ନିକଟରେ କରୋନାଭାଇରସ ବାୟୁଦ୍ୱାରା ବ୍ୟାପୁଥିବା ବିଶେଷଜ୍ଞମାନେ କହିଛନ୍ତି। କେବଳ ସେତିକି ନୁହେଁ ସିଧାସଳଖ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ କରୋନାଭାଇରସ ସଂକ୍ରମିତ ହେଉଛି ବୋଲି ମଧ୍ୟ କୁହାଯାଇଛି। ୟୁନାଇଟେଡ ଡେଲି ରିପୋର୍ଟ ଅନୁଯାୟୀ, ଏହାକୁ ନଜରରେ ରଖି ଚାଇନାର ତାଇଓ୍ବାନରେ ଶୁଟିଂ କରାଯାଉଥିବା ଟେଲିଭିଜନ ଓ ସିନେମା ସିନ୍‌ରୁ କିସିଂ ସିନ୍‌କୁ ହଟାଇ ଦେବାକୁ ସ୍ଥିର କରାଯାଇଥିବା କୁହାଯାଉଛି। ଏହାସହ କଳାକାରମାନେ କଥାବାର୍ତ୍ତା ସମୟରେ ନିଜ ନିଜ ଭିତରେ ଦୂରତା ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଏଭଳି ପଦକ୍ଷେକୁ କଳାକାର ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କରୋନାଭାଇରସ ସଂକ୍ରମଣରେ ଚାଇନାରେ ଏବେ ସୁଦ୍ଧା ୯୦୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri