କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ ବ୍ୟବହାର କରାଯାଇଛି। କ୍ୱାରାଣ୍ଟାଇନରେ ଥିବା କିମ୍ବା ହାଇରିସ୍କ ଅଞ୍ଚଳରେ କାର୍ଯ୍ୟରତ ବ୍ୟକ୍ତି ଓ ସ୍ବାସ୍ଥ୍ୟକର୍ମୀଙ୍କଠାରେ ଏସବୁର କ୍ଲିନିକାଲ୍‌ ପରୀକ୍ଷା କରାଯାଇଛି। ଆୟୁର୍ବେଦର ଅଶ୍ୱଗନ୍ଧା, ଜଷ୍ଟିମଧୁ, ଗୁଡୁଚି, ପିପ୍ପଳି ଓ ଆୟୁଷ-୬୪ ଭଳି କେତେକ ଔଷଧର ପରୀକ୍ଷା କରାଯିବା ନେଇ ହୋଇଥିବା ବଡ଼ ନିଷ୍ପତ୍ତିକୁ ଓଡିଶା ଆୟୁର୍ବେଦ ସେବା ସଂସ୍ଥାର ଅଧ୍ୟକ୍ଷ ତଥା ଆୟୁର୍ବେଦରେ ଡିଲିଟ୍‌ ପ୍ରାପ୍ତ ଗବେଷକ ଡାକ୍ତର ଦୀନବନ୍ଧୁ ମହାରଣା ସ୍ବାଗତ କରିଛନ୍ତି। ସେ କହିଛନ୍ତି, ଅଶ୍ୱଗନ୍ଧା ବ୍ୟାକ୍ଟେରିଆ ସଂକ୍ରମଣକୁ ପ୍ରତିହତ କରିବା ସହିତ ରୋଗ ପ୍ରତିଷେଧକ ଶକ୍ତି ବଢାଇଥାଏ। ଏହା ଏକ ଶକ୍ତିବର୍ଦ୍ଧକ ଔଷଧ ଭାବରେ ପରିଚିତ। ସେହିଭଳି ଜଷ୍ଟିମଧୁ ବଦହଜମି, ପେଟ ଯନ୍ତ୍ରଣା, ଛାତି ଜଳାପୋଡା ଓ ପାଚନ ସମ୍ବନ୍ଧୀୟ ରୋଗ ପାଇଁ ଉପଯୋଗୀ ହୋଇଥାଏ। ଗୁଡୁଚି, ପିପ୍ପଳି ଜ୍ୱର, ଗ୍ୟାସ୍‌, କୋଷ୍ଠକାଠିନ୍ୟ, କଫ, ପୁରାତନ ଥଣ୍ଡା, ଡାଇବେଟିସ୍‌, ଆଖି, କାନ ଓ ନାକ ରୋଗ ଏବଂ ଅର୍ଶ ରୋଗ ପାଇଁ ଉପାଦେୟ ହେଉଥିବାରୁ ଜନ ସାଧାରଣଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରଣାଳୟ, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର)ର ମିଳିତ ନିଷ୍ପତ୍ତିକୁ ଡାକ୍ତର ମହାରଣା ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri