କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ରହିବ ଆଜୀବନ ଶାରୀରିକ ସମସ୍ୟା

ଇଂଲଣ୍ଡ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଇଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସେଥିମଧ୍ୟରୁ ମଧ୍ୟ କେତେକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ପ୍ରତି ୩ଜଣଙ୍କ ମଧ୍ୟରୁ ଜଣେ ବ୍ୟକ୍ତିଙ୍କ ଆଜୀବନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ଏବଂ ଫୁସଫୁସ ମଧ୍ୟ ନଷ୍ଟ ହୋଇପାରେ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଇଂଲଣ୍ଡର ମୁଖ୍ୟ ସ୍ବାସ୍ଥ୍ୟ ଏଜେନ୍ସି ନ୍ୟାସନାଲ ହେଲ୍‌ଥ ସର୍ଭିସର ତତ୍ୱାବଧାନରେ ଏହି ରିପୋର୍ଟ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ବ୍ରିଟେନର ନ୍ୟାସନାଲ ହେଲ୍‌ଥ ସର୍ଭିସ (ଏନ୍‌ଏଚ୍‌ଏସ୍‌)ର ତତ୍ୱାବଧାନରେ କୁହାଯାଇଛି ଯେ, କରୋନାରେ ସୁସ୍ଥ ହେଉଥିବା ୩୦ ପ୍ରତିଶତ ରୋଗୀଙ୍କ ଫୁସଫୁସ ନଷ୍ଟ ହୋଇପାରେ। ସେମାନଙ୍କୁ ଲଗାତର ଭାବେ ଥକ୍କାପଣ ଅନୁଭବ ହେବା ସହ ମାନସିକ ସମସ୍ୟା ମଧ୍ୟ ଦେଖାଦେଇପାରେ। ସବୁଠାରୁ ବଡ଼ କଥା ହେଲା ଆଇସିୟୁରେ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ଘରକୁ ଫେରିଥିବା ଅଧିକାଂଶ ଲୋକ ଦୀର୍ଘ ସମୟ ଧରି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ବୋଲି ଉକ୍ତ ରିପୋର୍ଟରେ ପ୍ରକାଶ ପାଇଛି। କରୋନାରୁ ଶରୀରରେ ସ୍ଥାୟୀ ସମସ୍ୟା ଦେଖାଯାଉଥିବା ନେଇ ଲଗାତାର ଭାବେ ପ୍ରମାଣ ମଧ୍ୟ ମିଳିସାରିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ତେବେ ସୁସ୍ଥ ହେଉଥିବା ରୋଗୀଙ୍କ ମସ୍ତିଷ୍କ କ୍ଷତି ହେବା ସହ ଅଲଜାଇମରର ଭୟ ମଧ୍ୟ ସୃଷ୍ଟି ହୋଇପାରେ। ତେବେ କରୋନାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପଡ଼ୁଥିବା ପ୍ରଭାବ ବିଷୟରେ ଏଯାଏଁ ପର୍ଯାପ୍ତ ମାତ୍ରାରେ କୌଣସି ସୂଚନା ମିଳି ନ ଥିବାରୁ ଚିନ୍ତା ପ୍ରକଟ କରିଛନ୍ତି ଏନ୍‌ଏଚ୍‌ଏସ୍‌ କୋଭିଡ ରିକୋଭରି ସେଣ୍ଟରର ମୁଖ୍ୟ ହିଲେରି ଫ୍ଲଏଡ୍‌। କାରଣ କରୋନା ନେଗେଟିଭ୍‌ ହେବା ପରେ ବି ଲୋକଙ୍କୁ ଚିକିତ୍ସାର ଆବଶ୍ୟକ ପଡ଼ୁଛି। ୪୦ରୁ ୫୦ ବର୍ଷ ବୟସର ଅଧିକାଂଶ ରୋଗୀ ସୁସ୍ଥ ହୋଇଥିବା ବେଳେ ଏବେ ତାଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ପୂର୍ବରୁ ସେମାନେ ନିଜର ସମସ୍ତ କାର୍ଯ୍ୟ ନିଜେ କରୁଥିଲେ। କିନ୍ତୁ କରୋନାରୁ ନେଗେଟିଭ୍‌ ହେବା ପରେ ବି ସେମାନେ ନିଜ ଖଟରୁ ଉଠିବା ପାଇଁ ସକ୍ଷମ ନୁହଁନ୍ତି ବୋଲି ହିଲେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri