କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି

ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ମଧ୍ୟ ଚିନ୍ତାର ବିଷୟ। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମାନଙ୍କ ସହ କଥା ହୋଇଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଅନ୍‌ଲକ୍‌-୧ରୁ ଆମକୁ ବହୁତ କିଛି ଶିଖିବାକୁ ମିଳିଛି। ତେବେ କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ। ସାମିଜିକ ଦୂରତା ଓ ସାନିଟାଇଜେଶନକୁ ଗୁରୁତ୍ୱ ଦେଇଛନ୍ତି ମୋଦି। ମାସ୍କର ବ୍ୟବହାର ଜରୁରୀ। ଭାରତରେ ଏବେ ପର୍ଯ୍ୟନ୍ତ କରୋନାରେ ସୁସ୍ଥହାର ୫୦ ପ୍ରତିଶତରୁ ଅଧିକ ଥିବା ବେଳେ ମୃତ୍ୟୁହାର ଅନ୍ୟ ଦେଶ ତୁଳନାରେ କମ୍‌ ରହିଥିବା ମୋଦି କହିଛନ୍ତି। ତେବେ କରୋନାର ପ୍ରଭାବ ଭାରତରେ ବିନାଶକାରୀ ନୁହେଁ ବୋଲି ମଧ୍ୟ ସେ କହିଛନ୍ତି। କରୋନା ସଂକ୍ରମଣ ଯେତେ କମ୍‌ ହେବ ଅର୍ଥବ୍ୟବସ୍ଥା ସେତେ ବୃଦ୍ଧି ହେବ। ଭବିଷ୍ୟତରେ ଯେତେବେଳେ କରୋନା ମାହାମାରୀ କଥା ଆଲୋଚନା ହେବ ସେତେବେଳେ ଆମେ କେମିତି ଏକାଠି ଲଢୁଥିଲେ ଯାହା ଅନ୍ୟମାନଙ୍କ ପାଇଁ ଉଦାହାରଣ ପାଲଟିଥିଲା। ତେବେ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି କରୋନାକୁ ଦୂରେଇ ଦେବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ସେ ଆଉ ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମାନଙ୍କ ସହ କଥା ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri