କରୋନାରେ ଯୁବ ସୁମୋ ରେସଲର ମୃତ

ଟୋକିଓ,୧୩।୫(ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣରେ ଜାପାନର ଜଣେ ୨୮ ବର୍ଷୀୟ ସୁମୋ ରେସଲର କିୟୋଟାକା ସୁଏଟେକ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟରେ ସେ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ। ସୁମୋ ରେସଲିଂ ଭଳି ପୁରାତନ କ୍ରୀଡ଼ାର ପ୍ରଥମ ଖେଳାଳିଭାବେ ସେ ପ୍ରାଣ ହରାଇଛନ୍ତି ଜାପାନ ସୁମୋ ଆସୋସିଏଶନ (ଜେଏସ୍‌ଏ) ବୁଧବାର ଘୋଷଣା କରିଛି। ଶୋବୁସି ନାମରେ ଜଣାଶୁଣା ଥିବା ଏହି ରେସଲର ଗତମାସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଟୋକିଓର ଏକ ହସ୍ପିଟାଲରେ ସେ ମୃତ୍ୟୁବରଣ କରିଥିଲେ। ଟୋକିଓର ଟାକାଡାଗାଓ୍ବା ଷ୍ଟାବଲରେ ରୁହନ୍ତି। ଗତ ଏକମାସ ଧରି ସେ କରୋନା ଭାଇରସ ବିରୋଧରେ ସଂଗ୍ରାମ କରି ଆସୁଥିଲେ।
ଏପ୍ରିଲ ୪ ଓ ୫ ତାରିଖରେ ସେ ଜ୍ୱରରେ ପୀଡ଼ିତ ଥିଲେ। ଟୋକିଓ ହସ୍ପିଟାଲରେ ଭର୍ତ୍ତି ହେବାକୁ ପୂର୍ବରୁ ସେ ଏକାଧିକ ହସ୍ପିଟାଲକୁ ଯାଇଥିଲେ ଓ ତାଙ୍କୁ ଅଣଦେଖା କରାଯାଇଥିଲା। ରକ୍ତ ବାନ୍ତି କରିବା ପରେ ସେ ଏପ୍ରିଲା ୮ତାରିଖରେ ଟୋକିଓ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏପ୍ରିଲ ୧୦ ତାରିଖରେ ସେ କୋଭିଡ୍‌-୧୯ ପଜିଟିଭ ବୋଲି ଜଣାପଡିଥିଲା। ଏହାପରେ ତାଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇ ଆଇସିୟୁରେ ରଖାଯାଇଥିଲା। ତାଙ୍କ ଦେହାନ୍ତରେ ଜାପାନା କ୍ରୀଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ଜାପାନ ସୁମୋ ଆସୋସିଏଶନ ମଧ୍ୟ ଶୋକ ଜାହିର କରିଛି। ୨୦୦୭ରେ ଶୋବୁଶି ପେସାଦାର ସୁମୋ ରେସଲିଂରେ ପଦାର୍ପଣ କରିଥିଲେ। ସେ ର଼୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଶ୍ରେଷ୍ଠ ୧୧ତମ ସ୍ଥାନ ହାସଲ କରିଥିଲେ। କୋଭିଡ-୧୯ ମହାମାରୀରେ ଜାପାନରେ ୬୬୮ଜଣ ମୃତ୍ୟୁବରଣ କରିଥିବା ବେଳେ ୧୬,୦୦୦ ଜଣ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri