କରୋନାର ସ୍ପ୍ରେଡ୍ ମ୍ୟାପ୍‌: ଚାଇନାରୁ ଆରମ୍ଭ; ସୁପର ସ୍ପ୍ରେଡର ଇଟାଲି ଦ୍ୱାରା ୫୦ରୁ ଅଧିକ ଦେଶରେ ସଂକ୍ରମିତ

ୱାଶିଂଟନ, ୪ ।୪: କରୋନା ସଂକ୍ରମଣ ସମଗ୍ର ମାନବ ସମାଜ ପାଇଁ ବିପଦ ସୃଷ୍ଟି କରିଛି । ଏହାର ଆରମ୍ଭ ଚାଇନାର ଉହାନସ୍ଥିତି ମାଂସ ବଜାରରୁ ଆରମ୍ଭ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ସୁପର ସ୍ପ୍ରେଡର ଇଟାଲି ଦ୍ୱାରା ପୃଥିବୀର ୫୦ରୁ ଅଧିକ ଦେଶକୁ ବ୍ୟାପିଥିବା ଏକ ସ୍ପ୍ରେଡ୍ ମ୍ୟାପ୍ ରିପୋର୍ଟରେ ପ୍ରକାଶ ପାଇଛି । ସଂକ୍ରମିତ ହୋଇଥିବା ୫୦ରୁ ଅଧିକ ଦେଶରେ ଇଟାଲିରୁ ଫେରିଥିବା ଲୋକଙ୍କଠାରେ ହିଁ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ଏହି ରିପୋର୍ଟରେ କୁହାଯାଇଛି । ଉହାନରୁ ରୋମ୍‌ର ଦୂରତା ୮ ହଜାର କିଲୋମିଟରରୁ ଅଧିକ । ତେବେ ବି ସୃଷ୍ଟି ସ୍ଥାନରୁ ଏତେ ଦୂରରେ କରୋନା ଭୂତାଣୁ ଆତଙ୍କ ସୃଷ୍ଟି କରିଥିଲା । ଇଟାଲିରେ ପ୍ରଥମ ୨ କରୋନା ସଂକ୍ରମିତଙ୍କୁ ଜାନୁୟାରୀ ୩୧ରେ ଚିହ୍ନଟ କରାଯାଇଥିଲା । ସେମାନେ ଚାଇନାରୁ ଫେରିଥିବା ପର୍ଯ୍ୟଟକ ଥିଲେ । ଏହାପରେ କରୋନା ଏଠାରେ ବ୍ୟାପିବାରେ ଲାଗିଥିଲା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବହୁ ଦେଶ ବିମାନ ଉଡ଼ାଣ ବନ୍ଦ କରିଥିଲେ ମଧ୍ୟ ଇଟାଲି ଏହା ଜାରି ରଖିଥିଲା । ଅବସ୍ଥା ଅସମ୍ଭାଳ ହେବାରୁ ମାର୍ଚ୍ଚ ୧୬ରେ ଇଟାଲି ବିମାନ ଉଡ଼ାଣ ଉପରେ ରୋକ ଲଗାଇଥିଲା । ସେତେବେଳକୁ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିଲା । କରୋନା ସଂକ୍ରମଣ ନେଇ ସରକାରଙ୍କ ଦାୟିତ୍ୱହୀନତା, ରୋକିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣରେ ବିଳମ୍ବ ଏବଂ ଏଠାରେ ଥିବା ଜନସଂଖ୍ୟା ସାନ୍ଦ୍ରତା ଯୋଗୁ କରୋନାର ଗୋଷ୍ଠୀ ସଂକ୍ରମଣ ସହଜରେ ହୋଇଥିଲା ବୋଲି ରିପୋର୍ଟ ଦର୍ଶାଯାଇଛି । ଭାରତରେ ମାର୍ଚ୍ଚ ୬ରେ ୧୬ ଜଣ ଇଟାଲି ପର୍ଯ୍ୟଟକଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା । ,ହାପରେ ସେମାନଙ୍କ ଟ୍ରାଭେଲ୍ ହିଷ୍ଟ୍ରି ସଂଗ୍ରହ କରାଯାଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଇଟାଲି ଯୋଗୁ କରୋନା ୟୁରୋପ, ଏସିଆ, ଆଫ୍ରିକା, ଆମେରିକା ଆଦି ବହୁ ଅଞ୍ଚଳରେ ବ୍ୟାପିଥିବା ରିପୋର୍ଟରେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri