କରୋନା ଆଁରେ ବିଶ୍ୱ

ପ୍ୟାରିସ୍‌/ ତେହେରାନ୍‌, ୧୪।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୫, ୦୪୩ରେ ପହଞ୍ଚିଛି। କେବଳ ଉତ୍ପତ୍ତି ସ୍ଥଳ ଚାଇନାରେ ୩,୧୭୬ ମୁଣ୍ଡ ଏଥିଲାଗି ଗଡ଼ିଲାଣି। ଏହା ବ୍ୟତୀତ ଇଟାଲୀରେ ୧,୦୧୬, ଇରାନ୍‌ରେ ୫୧୪ ବ୍ୟକ୍ତି ଏହି ରୋଗରେ ସଂକ୍ରମିତ ହୋଇ ପ୍ରାଣ ହରାଇଲେଣି। ଗତ ଡିସେମ୍ବରରୁ ଏପର୍ଯ୍ୟନ୍ତ ମୋଟ ୧୨୧ ଦେଶର ୧,୩୪, ୩୦୦ ଲୋକ କରୋନା ସଂକ୍ରମିତ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି। କ୍ରମଶଃ ଏହା ଅନ୍ୟ ଦେଶଗୁଡ଼ିକୁ ବ୍ୟାପିବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରୋନା ଭାଇରସ୍‌ଜନିତ ମୃତ୍ୟୁକୁ ମହାମାରୀ ଭାବେ ଘୋଷଣା କରାଯିବା ପରେ ବିଭିନ୍ନ ଦେଶ ପକ୍ଷରୁ ଏହାକୁ ରୋକିବା ଲାଗି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ୮୫ ଜୀବନ ଯାଇଛି। ଏହା ଗୋଟିଏ ଦିନରେ ଦେଶର ସର୍ବାଧିକ ମୃତ୍ୟୁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମୁଖପାତ୍ର କିଆନୋଉସ୍‌ ଜାହାନ୍‌ପୋର ଦର୍ଶାଇଛନ୍ତି। କରୋନା ଭାଇରସ୍‌ରେ ଏଠାରେ ୫୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧,୩୬୪ ବ୍ୟକ୍ତି ଆକ୍ରାନ୍ତ ଥିବା ଜଣାପଡ଼ିଛି। ଚାଇନା ପରେ ଇରାନ୍‌ରେ ଏହି ଭାଇରସ୍‌ ସବୁଠାରୁ ମାରାତ୍ମକ ଭାବେ ଉଭା ହୋଇଛି। ଅନେକ ନେତା ଓ ଅଧିକାରୀ ମଧ୍ୟ ଏହାଦ୍ୱାରା ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି। ଇରାନ୍‌ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନିଙ୍କ ବୈଦେଶିକ ଉପଦେଷ୍ଟା ଅଲି ଆକବର ବେଲାୟତିଙ୍କୁ କରୋନା ସଂକ୍ରମିତ କରିଥିବା ସନ୍ଦେହ କରାଯାଉଛି। ତାଙ୍କୁ ଏବେ କ୍ୱାରାଣ୍ଟାଇନରେ ରଖାଯାଇ ଚିକିତ୍ସା କରାଯାଉଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri