କରୋନା ଆକ୍ରାନ୍ତଙ୍କ ନାମରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ, କୋଭିଡ଼ ହସ୍ପିଟାଲ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦେବଗଡ଼,୨୯ା୫(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କରୋନା ଯୋଦ୍ଧା କୁହାଯାଉଥିବା ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଓ ପୋଲିସ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। କିନ୍ତୁ ଦେବଗଡ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କରୋନା ସଂକ୍ରମିତ ବ୍ୟକ୍ତି ଉକ୍ତ ହସ୍ପିଟାଲରେ କାର୍ଯ୍ୟରତ ସଫେଇ କର୍ମଚାରୀ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ହୋଇଛି। ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ଗୁରୁବାର କୋଭିଡ ହସ୍ପିଟାଲର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ତେବେ ବିଭାଗୀୟ ଅଧିକାରୀ ବୁଝାଶୁଝା କରିବା ପରେ ସଫେଇ କର୍ମଚାରୀମାନେ ପୁଣି ଥରେ କାର୍ଯ୍ୟରେ ଯୋଗ ଦେଇଥିବା ଜଣାପଡିଛି।
ପ୍ରକାଶ ଯେ, ଗତ ୨୪ ତାରିଖରେ ଚିହ୍ନଟ ହୋଇଥିବା ଦେବଗଡ ଜିଲାର ୨୨ ଜଣ କରୋନା ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ଦେବଗଡ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ତିଲେଇବଣି ବ୍ଲକ କଂସର ପଞ୍ଚାୟତ ଅଞ୍ଚଳର ଜଣେ ପଞ୍ଚାୟତସ୍ତରୀୟ ନେତା ରହିଛନ୍ତି। ତେବେ ସେ ହସପିଟାଲରେ ଭର୍ତ୍ତିି ହେବା ପରଠାରୁ ସେଠାରେ କାର୍ଯ୍ୟରତ ସ୍ବାସ୍ଥ୍ୟ ଓ ସଫେଇ କର୍ମଚାରୀମାନଙ୍କୁ ଅଶ୍ଲିଳ ଭାଷାରେ ଗାଳିଗୁଲଜ କରିବାରୁ ଅସନ୍ତୋଷ ଲାଗି ରହିଥିଲା। ଏ ନେଇ ବୁଧବାର କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ୩୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ତେବେ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ଖବର ପାଇ ଜିଲା ମୁଖ୍ୟ ଚିକତ୍ସାଧିକାରୀ ଡ. ମନୋଜ କୁମାର ଉପାଧ୍ୟାୟ, ଡ. ମନୋଜ କୁମାର ପଣ୍ଡା, ଡ. ପ୍ରଭାତ କୁମାର ଓଝା ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଡିପିଏମ ଉମେଶ ପ୍ରସାଦ ଷଢଙ୍ଗୀ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚି କର୍ମଚାରୀମାନଙ୍କ ସହ ଆଲୋଚନା କରି ବୁଝାଶୁଝା କରିବା ପରେ କର୍ମଚାରୀମାନେ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। କର୍ମଚାରୀଙ୍କ ପ୍ରତି ସମ୍ପୃକ୍ତ କରୋନା ସଂକ୍ରମିତ ରୋଗୀ ଗାଳିଗୁଲଜ ସହ ଜାତିଆଣ ଆକ୍ଷେପ କରିବା, ସରକାରୀ ସମ୍ପତ୍ତି ନଷ୍ଟ କରିବା ଓ କର୍ମଚାରୀମାନଙ୍କୁ ହତ୍ୟା ଧମକ ଦେଇଥିବା ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦେବଗଡ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଆଧାରରେ ଦେବଗଡ ଥାନା ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri