କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ହୁଏ ନାହିଁ, ରୋଗୀଙ୍କ ବ୍ୟବହାର ଜିନିଷ ଛୁଇଁଲେ ମଧ୍ୟ କରୋନା ସଂକ୍ରମିତ ହୋଇଥାଏ। ଏପରି ଏକ ଘଟଣା ଘଟିଛି ଚଣ୍ଡୀଗଡ଼ର ଜଣେ ନର୍ସଙ୍କ ସହ। ଏହି ନର୍ସ ଜଣକ କରୋନା ସଂକ୍ରମିତଙ୍କ ସେବା କରୁଥିଲେ। ଭୁଲ୍‌ରେ ସେ ରୋଗୀଙ୍କ ମୋବାଇଲ୍‌ ଛୁଇଁ ଦେଇଥିଲେ। ଫଳରେ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ସେ ମଧ୍ୟ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ନର୍ସ ଜଣକ ଚଣ୍ଡୀଗଡ଼ର ପଞ୍ଚକୁଲାର ଏକ ହସ୍ପିଟାଲରେ କାମ କରୁଛନ୍ତି। ତାଙ୍କଠାରେ କୋଭିଡ୍‌ – ୧୯ ପଜିଟିଭ୍‌ ଦେଖାଯାଇଛି। ଫଳରେ ନର୍ସଙ୍କୁ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ନର୍ସଙ୍କ ପରିବାରର ୪ ସଦସ୍ୟ, ସେ ରହୁଥିବା ଭଡ଼ାଘରର ମାଲିକ ଏବଂ ମାଲିକାଣୀଙ୍କୁ ମଧ୍ୟ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏହା ପୂର୍ବରୁ ଦିଲ୍ଲୀର ୩ ଜଣ ଡାକ୍ତର ମଧ୍ୟ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?