କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ କଳାହାଣ୍ଡିବାସୀ ଆଶ୍ୱସ୍ତ

ଧର୍ମଗଡ଼,୧୩ା୪(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାର ଜଣେ କୋଭିଡ୍‌ ପଜିଟିଭ ଆକ୍ରାନ୍ତ ବର୍ତ୍ତମାନ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏନେଇ ଜିଲାବାସୀଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ପଞ୍ଚାୟତର ଜଣେ ଯୁବକ ଗତ ୪ ତାରିଖରେ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପରେ ତାଙ୍କୁ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ବିଦେଶରୁ ଫେରିବା ପରେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।