କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା, ମାସ୍କ ସର୍ବସାଧାରଣଙ୍କ ନିମନ୍ତେ ବାଧ୍ୟତାମୂଳକ ହୋଇଥିବା ବେଳେ ଗଜପତି ଜିଲା ଆର୍‌.ଉଦୟଗିରି ହାଟରେ କରୋନା କଟକଣାକୁ ଫୁ’ କରି ଦେଇଛନ୍ତି ଲୋକେ। ସାମାଜିକ ଦୂରତା କେହି ମାନୁ ନ ଥିବା ଦେଖିବାକୁ ମିଳିଛି। ଅନେକ ମାସ୍କ ମଧ୍ୟ ପିନ୍ଧୁ ନ ଥିବା ଦେଖିବାକୁ ମିଳିଛି। ତେବେ ପୋଲିସ କର୍ମଚାରୀମାନଙ୍କ ଉପସ୍ଥିତିରେ ଉକ୍ତ ହାଟ ହେଉଥିଲେ ମଧ୍ୟ ଲୋକେ ବେଖାତିର କରୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଲୋକେ ସଚେତନ ରହିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ...

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା...

ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି...

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ...

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା...

ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ...

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ,...

ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri