କରୋନା କଟକଣା ଉଲ୍ଲଙ୍ଘନ: ସାପ୍ତାହିକ ହାଟରେ ପ୍ରବଳ ଭିଡ଼

ଆରଡ଼ି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁଠାରେ ଶୁକ୍ରବାର ସକାଳେ ସାପ୍ତାହିକ ହାଟ ବସିଥିଲା। ଏହି ହାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲ। ଲୋକେ ସାମାଜିକ ଦୂରତା ବାବଦରେ ଜାଣି ନ ଥିବା କହିଥିବା ବେଳେ କେବଳ କିଛି ବ୍ୟକ୍ତି ମୁହଁରେ ମାସ୍କ ବାନ୍ଧିଥିଲେ ମଧ୍ୟ ଦୂରତ୍ୱ ରକ୍ଷା କରି ନ ଥିଲେ । ସତେ ଯେମିତି ଏଠାରେ କରୋନା କଟକଣା ନ ଥିଲା। ହାଟରେ ଭିଡ଼କୁ ଦେଖି ସ୍ଥାନୀୟ ବଣିକ ସଂଘର କର୍ମକର୍ତ୍ତା ଚିନ୍ତା ପ୍ରକଟ କରିବା ସହ ଏ ବିଷୟରେ ପ୍ରଶାସନ ହସ୍ତକ୍ଷେପ ଆବଶ୍ୟକ ବୋଲି ପ୍ରକାଶ କରିଛନ୍ତି। ଏତଦ୍‌ବ୍ୟତୀତ ଶନିବାରଠାରୁ ବାସନ୍ତୀ ପଡ଼ିଆରେ ଦୈନିକ ପରିବା, ମାଛ ଓ ମାଂସ କିପରି ମିଳି ପାରିବ ସେ ସମ୍ପର୍କରେ ସନ୍ଧ୍ୟାରେ ଧୂଷୁରୀ ଥାନା ପୋଲିସ ସହ ଆଲୋଚନା କରାଯିବ ବୋଲି ସଂଘ ସଂପାଦକ ପ୍ରତାପ ବାରିକ ଓ କୋଷାଧ୍ୟକ୍ଷ କାଶୀନାଥ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri