କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର କିଛି ଅତ୍ୟାବଶ୍ୟକ କାର୍ଯ୍ୟକୁ ଦେଖି କଟକଣା ନିୟମରେ କୋହଳ କରାଯାଇଛି। ଇତିମଧ୍ୟରେ ଚାଷକାର୍ଯ୍ୟକୁ ମଧ୍ୟ ସରକାର ଅନୁମତି ପ୍ରଦାନ କରିଥିବାରୁ ଚାଷୀମାନେ ଖୁସି ବ୍ୟକ୍ତ କରିଛନ୍ତି। ପୁରୁଷୋତ୍ତମପୁର ଅଞ୍ଚଳରେ ଚାଷୀମାନେ ଖୁସି ମନରେ କ୍ଷେତରେ ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଦେଖିବାକୁ ମିଳିଛି। ଲକ୍‌ଡାଉନ୍‌ ଯୋଗୁ ଚାଷୀଙ୍କ ବହୁ ଫସଲ କ୍ଷତିଗ୍ରସ୍ତ ହୋଇଛି। ସେମାନେ ଧାର କରଜ କରି ବ୍ୟବସାୟ ଆଶାରେ କ୍ଷେତରେ ବହୁ ପନିପରିବା ଅମଳ କରିଥିଲେ। ହେଲେ ଏହା ବିକ୍ରି ହୋଇ ନ ପାରି କ୍ଷେତରେ ପଡ଼ି ନଷ୍ଟ ହୋଇଛି। ଅପରପକ୍ଷେ ବର୍ତ୍ତମାନ ଧାନ ଚାଷ କାର୍ଯ୍ୟ ଆରମ୍ଭ ଲାଗି ଜମିର ପାଗ ଅନୁକୁଳ ଥିବାରୁ ଚାଷୀମାନେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ମାରାତ୍ମକ ରୋଗ ଦାଉରୁ ରକ୍ଷା ପାଇବା ଲାଗି ଜିଲାପାଳ ନେଇଥିବା ପଦକ୍ଷେପଗୁଡ଼ିକ ପାଇଁ ଚାଷୀମାନେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri