କରୋନା କଟକଣା କୋହଳ ସତ୍ତ୍ୱେ ପୁରୀ ନ ଯିବାକୁ ଡିଜିପିଙ୍କ ଅନୁରୋଧ

କଟକ ଅଫିସ,୨୪।୬: ବହୁ ବିବାଦ ପରେ ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରଥଯାତ୍ରା ଅବସରରେ ପୁରୀରେ କର୍ଫ୍ୟୁ ଜାରି କରାଯାଇଛି। ସୋମବାର, ମଙ୍ଗଳବାର ଏବଂ ବୁଧବାର ପାଇଁ ପୁରୀକୁ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ତେବେ ମଙ୍ଗଳବାର ରଥଯାତ୍ରା ଶେଷ ହେବା ପରେ ବୁଧବାର ପାଇଁ ପ୍ରବେଶ କଟକଣାରେ ଅନେକ କୋହଳ କରାଯାଇଛି। କିନ୍ତୁ ପୁରୀ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରିରହିଛି। କଟକଣା କୋହଳ ସତ୍ତ୍ୱେ ପୁରୀ ନ ଯିବା ପାଇଁ ଜନ ସାଧାରଣଙ୍କୁ ନିବେଦନ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ତିନି ଠାକୁରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଏଣୁ ପୁରୀ ନ ଯିବା ପାଇଁ ଡିଜିପି ଅଭୟ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri