Posted inବୌଦ୍ଧ

କରୋନା କଟକଣା: ବୌଦ୍ଧରେ ସନ୍ଧ୍ୟା ୭ରୁ ସକାଳ ୫ କର୍ଫ୍ୟୁ

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା କଟକଣା ନେଇ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡଲାଇନ୍‌ ବୁଧବାର ପୁର୍ନବାର ପ୍ରକାଶ ପାଇଛି। ପୂର୍ବରୁ ଜାରି ରହିଥିବା ସମସ୍ତ କଟକଣା ବଳବତ୍ତର ରଖାଯିବା ସହିତ ସନ୍ଧ୍ୟା ୭ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା କରାଯାଇ ଲୋକଙ୍କୁ ଘରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ କୌଣସି ବ୍ୟକ୍ତି ବିଶେଷ ବିନା ଜରୁରୀ କାର୍ଯ୍ୟରେ ବାହାରେ ବୁଲିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେହିପରି ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରଖାଯିବାକୁ ଅନୁମତି ପ୍ରଦାନ କରାଯାଇଥିବା ବେଳେ ହୋଟେଲ, ରେଷ୍ଟୁରାଣ୍ଟଗୁଡିକ ହୋମ ଡେଲିଭରି କରିପାରିବେ ା ସାମାଜିକ ଦୂରତା ନିୟମ ପାଳନ ଓ ମୁହଁରେ ମାସ୍କ କିମ୍ବା ଗାମୁଛା ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ସାମାଜିକ ଦୂରତା ପାଳନ କରା ନ ଗଲେ ସେହି ପ୍ରତିଷ୍ଠାନର ମାଲିକ ଦାୟୀ ରହିବେ ବୋଲି ପ୍ରଶାସନ ପକ୍ଷରୁ ଚେତାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..

ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri