କରୋନା କଟକଣା: ଯୋଡ଼ାରେ ଅଡ୍‌-ଇଭିନ୍‌ ଲାଗୁ

ଯୋଡ଼ା,୨୧ା୩ (ଡି.ଏନ୍‌.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍‌-ଇଭିନ୍‌ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ ବିଶେଷ ଭାବେ ଦେଖିବାକୁ ମିଳିଛି । ଶନିବାର ସକାଳୁ ଜନସାଧାରଣ ଏ ବାବଦରେ ଅଜ୍ଞ ଥିବାରୁ ସେମାନଙ୍କୁ ପୋଲିସ ପ୍ରଶାସନ ପକ୍ଷରୁ ସଚେତନ କରାଇଥିଲା। ଫଳରେ ଦିନ ୧୧ଟା ପରେ କେବଳ ଅଡ୍‌ ନମ୍ବର ଥିବା ଗାଡି ଚଳାଚଳ କରିଥିଲା। ଯାନବାହନର ସଂଖ୍ୟା ଯଥେଷ୍ଟ କମ୍‌ ଥିବା ଦେଖାଯାଇଥିଲା। ଏ ନେଇ ଯୋଡ଼ା ଥାନାଧିକାରୀ ରାଇସେନ୍‌ ମୁର୍ମୁ କହିଛନ୍ତି, ଅଡ୍‌-ଇଭିନ୍‌ ଲାଗୁ ହେଲେ ଭିଡ଼ ନିୟନ୍ତ୍ରଣ ହୋଇପାରିବ। ଯଦିଓ ଲୋକମାନେ ଏ ସଂକ୍ରାନ୍ତରେ ସଚେତନ ନାହାନ୍ତି, ତଥାପି ପୋଲିସ ବିଭିନ୍ନ ସ୍ଥାନରେ ଯାନବାହନ ଅଟକାଇ ସଚେତନ କରୁଛି। ଏନେଇ ବଡ଼ବିଲ୍‌ ଏଆର୍‌ଟିଓ ମାନସ ରଂଜନ ସାହୁ କହିଛନ୍ତି, ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବିଭାଗ ପକ୍ଷରୁ ସଚେତନ କରାଯାଉଛି। ଯୋଡା ଓ ବଡବିଲ୍‌ ସହରରେ ବିଭାଗ ପକ୍ଷରୁ ଯାନବାହନ ନେଇ ଯାଉଥିବା ଲୋକମାନଙ୍କୁ ଅଡ୍‌-ଇଭିନ୍‌ ବିଷୟରେ ବୁଝାଯାଉଛି । ଏହାଦ୍ୱାରା ଭିଡ଼ କମିବ ବୋଲି ଆଶା କରାଯାଉଛି । ସେହିପରି ଯୋଡା ପୌରପାଳିକା ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ବିଭିନ୍ନ ଓ୍ବାର୍ଡର ମୁରବି ଶ୍ରେଣୀୟ ଲୋକମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?