କରୋନା କବଳରେ ସାରା ଓଡ଼ିଶା

ଭୁବନେଶ୍ୱର,୪।୬:(ବ୍ୟୁରୋ):ମହାମାରୀ କରୋନା କବଳକୁ ଚାଲିଯାଇଛି ରାଜ୍ୟର ସମସ୍ତ ଜିଲା। ପୂର୍ବରୁ ୨୯ ଜିଲାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଥିବାବେଳେ ଏବେ ବାକିଥିବା ରାୟଗଡ଼ା ଜିଲାରୁ କୋଭିଡ୍‌-୧୯ ଠାବ ହୋଇଛି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟରୁ ଏହା ଜଣାପଡିଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୩୨ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଓ ୧୧ଜଣ ଲୋକାଲ କେସ୍‌ ବା ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୪୧ଜଣ ଥିବାବେଳେ ବାଲେଶ୍ୱରରେ ୨୪, ସୋନପୁରରେ ୧୭, ବଲାଙ୍ଗୀରରେ ୧୩, କେନ୍ଦ୍ରାପଡ଼ାରେ ୯, ମୟୂରଭଞ୍ଜ ଓ ନୂଆପଡ଼ାରେ ୮ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଓ ଗଜପତିରେ ୪ଜଣ ଲେଖାଏ ଥିବାବେଳେ ସମ୍ବଲପୁର, ଅନୁଗୋଳ, ଭଦ୍ରକ ଓ ଖୋର୍ଦ୍ଧା ୩ଜଣ ଲେଖାଏ ଏବଂ କଳହାଣ୍ଡି, ଦେବଗଡ଼ ଓ ରାୟଗଡ଼ାରେ ଜଣେ ଲେଖାଏ ଆକ୍ରାନ୍ତଙ୍କୁ ଠାବ କରାଯାଇଛି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୨୩୮୮ରେ ପହଞ୍ଚତ୍ଛି। ତେବେ କରୋନା ମୁକ୍ତଥିବା ରାୟଗଡ଼ା ଜିଲାରେ ଚିହ୍ନଟ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ଓ ସେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। କରୋନା ଚିହ୍ନଟ ହେବା ପରେ ରାୟଗଡ଼ାରେ ଲୋକେ ଭୟଭୀତ ହୋଇପଡିଥିବାବେଳେ ପ୍ରଶାସନ ପକ୍ଷରୁ ପଦକ୍ଷେପ ପାଇଁ ତତ୍ପରତା ପ୍ରକାଶ ପାଇଛି।
ସେପଟେ କରୋନାରୁ ପୁଣି ସୁସ୍ଥ ହୋଇଛନ୍ତି ଆଉ ୯୧ଜଣ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୪୧୬ ଛୁଇଁଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁସାରେ, ବୁଧବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଦେବଗଡ଼ ଜିଲାରୁ ସର୍ବାଧିକ ୨୨ଜଣ ଥିବାବେଳେ ପୁରୀରୁ ୧୬, ନୟାଗଡ଼ରୁ ୧୫, ବଲାଙ୍ଗୀରରୁ ୯, ଅନୁଗୋଳ ଓ ବାଲେଶ୍ୱରରୁ ୫ ଜଣ ଲେଖାଏ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ, କଟକ, ଗଞ୍ଜାମ, ଖୋର୍ଦ୍ଧା, କଳାହାଣ୍ଡି ଓ ବରଗଡ଼ରୁ ୨ଜଣ ଲେଖାଏ ଏବଂ ଢେଙ୍କାନାଳ, ଗଜପତି ଓ ଯାଜପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri