କରୋନା ଚିକିତ୍ସା ନିୟମରେ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମିତ ରୋଗୀ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେବା ପାଇଁ ଯେଉଁସବୁ ନିୟମ ରହିଥିଲା ସେଥିରେ କିଛିଟା ପରିବର୍ତ୍ତନ କରାଯାଇଥିବା ଜଣାପଡିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହାକୁ ନେଇ  ନୂଆ ନିୟମ ଜାରି କରାଯାଇଛି। ଏହି ନିୟମ ଆଧାରରେ ଯେଉଁମାନେ କରୋନାରେ ସାମାନ୍ୟ ସଂକ୍ରମିତ ହୋଇଥିବେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରିବା ପୂର୍ବରୁ ପରୀକ୍ଷା କରିବାର ଆବଶ୍ୟକତା ପଡି ନ ପାରେ। ଯଦି ରୋଗୀଙ୍କ ପାଖରେ କୌଣସି ଲକ୍ଷଣ ଦେଖାଯାଉନି ଓ ରୋଗୀ ସୁସ୍ଥ ଅନୁଭବ କରୁଛନ୍ତି ତେବେ ତାଙ୍କୁ ୧୦ ଦିନ ମଧ୍ୟରେ ହସ୍ପିଟାଲରୁ ଡିସଚାର୍ଜ କରାଯାଇ ପାରିବ। ଡିସଚାର୍ଜ ହେବା ପରେ ଏବେ ରୋଗୀଙ୍କୁ ୧୪ ଦିନ ପରିବର୍ତ୍ତେ ୭ ଦିନ ଆଇସୋଲେଶନରେ ରହିବାକୁ ପଡିବ। ୧୪ ଦିନରେ ଟେଲି କନଫରେନ୍ସିଂ ଜରିଆରେ ରୋଗୀର ଫଲୋ ଅପ୍‌ କରାଯିବ। ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ କୋଭିଡ ହସ୍ପିଟାଲରେ ରଖାଯିବା ସହ ସେମାନଙ୍କର ଚିକିତ୍ସା କରାଯିବ। ୩ ଦିନ ମଧ୍ୟରେ ଜ୍ୱର କମିଗଲେ ତାଙ୍କୁ ୧୦ ଦିନ ପରେ ଡିସଚାର୍ଜ କରିଦିଆଯାଇ ପାରିବ। ଏହାପରେ ୭ ଦିନ ସେ ହୋମ ଆଇସୋଲେଶନରେ ରହିବେ। ସେହିପରି ଯେଉଁମାନଙ୍କଠାରେ କରୋନାର ଅଧିକ ଲକ୍ଷଣ ଦେଖାଯାଉଥିବ ସେମାନଙ୍କୁ ସିଧା କୋଭିଡ ହସ୍ପିଟାଲରେ ଅକ୍ସିଜେନ ବେଡ୍‌ରେ ରଖାଯିବ। ୩ ଦିନ ପରେ ଯଦି ଜ୍ୱର କମିଯିବ କିନ୍ତୁ ଅକ୍ସିଜେନ ସାଚ୍ୟୁରେଶନ ଲେବଲ ୯୫ ପ୍ରତିଶତରୁ ଅଧିକ ଥିବ ତେବେ ରୋଗୀଙ୍କୁ ୧୦ ଦିନ ମଧ୍ୟରେ ଡିସଚାର୍ଜ କରାଯାଇପାରେ। ଯଦି ରୋଗୀ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବ ଅବା ଜ୍ୱର ଲାଗି ରହୁଥିବ ତେବେ ତାଙ୍କ ଚିକିତ୍ସା ଜାରି ରହିବ ବୋଲି ଉଲ୍ଲେଖ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri