କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି କ୍ରମରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଟକଣା ବଢ଼ଛି। ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ସ୍ବାସ୍ଥ୍ୟ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ସେହିଭଳି ଇମିଗ୍ରେସନ ପୂର୍ବରୁ ସମସ୍ତ ଯାତ୍ରୀଙ୍କ ଯାଞ୍ଚ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଏଆଇ ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏହି ଯାଞ୍ଚ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ବିମାନବନ୍ଦର ନିର୍ଦ୍ଦେଶକ ବି.ଭେଙ୍କଟେଶ୍ୱର ରାଓ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଭାରତର ଦିଲ୍ଲୀ, ତେଲଙ୍ଗାନା ଓ ଜୟପୁରରୁ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଜାରି ରହିଥିବା ବେଳେ ଅତ୍ୟଧିକ ସଯକ୍ରମିତ ଦେଶକୁ ନ ଯିବା ଲାଗି ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। ବିଶେଷକରି ୨୧ ଟି ବିମାନବନ୍ଦର, ୧୨ଟି ବୃହତ ଓ ୬୫ଟି କ୍ଷୁଦ୍ର ବନ୍ଦରରେ ଯାତ୍ରୀମାନଙ୍କୁ ଯାଞ୍ଚ କରାଯାଉଛି। ଅତି ଜରୁରୀ ନ ଥିଲେ ଚାଇନା, ଇରାନ, ଇଟାଲୀ, ଦକ୍ଷିଣ କୋରିଆ, ସିଙ୍ଗାପୁର ଆଦି ଦେଶକୁ ନ ଯିବା ଲାଗି ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri