କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ନେଇ କୋହଭରା କଣ୍ଠରେ କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ ମୃତକଙ୍କ ସ୍ତ୍ରୀ ଓ ଝିଅ। ଏ ଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ଗଞ୍ଜାମ ଜିଲା ପୋଲସରା ଥାନା ଢ଼ୁଙ୍କାପଡ଼ା ସଂଗରୋଧ ଗୃହରେ। ଶୁକ୍ରବାର ସୁରଟ ଫେରନ୍ତା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ପ୍ରଶାସନ ପକ୍ଷରୁ ମୃତଦେହ ନିକଟକୁ କେହି ଯାଇ ନ ଥିଲେ କି ପରିବାର ଲୋକଙ୍କୁ ଛାଡ଼ି ନ ଥିଲେ। ଯେହେତୁ କରୋନା ଭୟ ରହିଛି। ବ୍ୟକ୍ତିଙ୍କ ମୃତ୍ୟୁ ପରେ ଭାଙ୍ଗି ପଡ଼ିଛନ୍ତି ସ୍ତ୍ରୀ ସହ ୪ ଝିଅ ଓ ବୁଢ଼ୀ ମା’। ବାପା ଥିଲେ ରୋଜଗାର କରି ଦେଉଥିଲେ। ପାଠ ପଢ଼ୁଥିଲୁ, ନୂଆ ଡ୍ରେସ ପିନ୍ଧୁଥିଲୁ, ଖାଉଥିଲୁ। କରୋନା ନେଇଗଲା ବାପାଙ୍କୁ ଆମେ ବର୍ତ୍ତମାନ ଅସହାୟ। କେମିତି ଚଳିବୁ, ପଢ଼ିବୁ, ଖାଇବାକୁ ଦେବ କିଏ। ଏହିଭଳି କାନ୍ଦି କାନ୍ଦି କୋହଭରା କଣ୍ଠରେ କହିଛନ୍ତି ମୃତକଙ୍କ ୧୦ ବର୍ଷର ବଡ଼ ଝିଅ। ମୃତ୍ୟୁର ୪ ଦିନ ବିତିଲାଣି, ତଥାପି ଅସହାୟ ପରିବାରକୁ ସରକାରଙ୍କ ତରଫରୁ କିମ୍ବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ସହାୟତା ମିଳିନାହିଁ ବୋଲି କହିଥିଲେ ମଧୁପଲ୍ଲୀ ସରପଞ୍ଚ ପ୍ରତିନିଧି ବସନ୍ତ କରଣ। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାରକୁ ଭେଟି ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri