କରୋନା ଟିକା ଉଦ୍ଭାବନରେ କୁଇନ୍ସଲାଣ୍ଡ ବିଶ୍ୱବିଦ୍ୟାଳୟକୁ ସଫଳତା

କୁଇନ୍ସଲାଣ୍ଡ,୨୨ା୨(ପି.ଟି.) କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଟିକା ବାହାର କରିବାରେ ଅଷ୍ଟ୍ରେଲିଆର ବିଶ୍ୱବିଦ୍ୟାଳୟର ଏକ ଟିମ୍‌କୁ ସଫଳତା ମିଳିଛି। ଏହି ଟିମ୍‌ ଗବେଷଣାଗାରରେ ପ୍ରସ୍ତୁତ କରିଥିବା ପ୍ରଥମ ଟିକାର ଚୂଡାନ୍ତ ଯାଞ୍ଚ ପରେ ପ୍ରି-କ୍ଲିନିକାଲ ପରୀକ୍ଷା ପାଇଁ ପଠାଯାଇଛି। ଜାନୁୟାରୀ ୨୪ରେ ଏହି ପ୍ରୋଜେକ୍ଟ ଘୋଷଣା ହୋଇଥିଲା। ୩ ସପ୍ତାହ ମଧ୍ୟରେ ଟିମ୍‌କୁ ବଡ଼ ସଫଳତା ମିଳିଥିବା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପିଟର ହଜ୍‌ କହିଛନ୍ତି। ଚାଇନାରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୨୩୬ରେ ପହଞ୍ଚତ୍ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ଟପିଲାଣି। ସେଠାରେ ଥିବା ବିଭିନ୍ନ ଜେଲ୍‌ରେ ୫୦୦ରୁ ଅଧିକ କରୋନା ରୋଗୀ ଚିହ୍ନଟ ହେବା ପରେ କେତେଜଣ ଜେଲ୍‌ ଅଧିକାରୀଙ୍କୁ ବହିଷ୍କାର କରାଯାଇଛି। ହଂକଂରେ କରୋନା ସଂକ୍ରମିତ ସହକର୍ମୀଙ୍କ ସହ ଏକାଠି ଖାଇଥିବା ୫୯ ପୋଲିସଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇ ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri