କରୋନା ତଥ୍ୟ: ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଟପିଲା, ଭାରତରେ ୨୧,୩୯୩ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୮୭ ଆକ୍ରାନ୍ତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ସୁଦ୍ଧା ବିଶ୍ୱରେ ୨୧୦ ଦେଶ, ୨ଜାହାଜ କରୋନା କବଳିତ। ବୁଧବାର ସମଗ୍ର ବିଶ୍ୱରେ ୨୫ ଲକ୍ଷ ୭୨ହଜାର ୬୦୩ଜଣ ବ୍ୟକ୍ତି ସଂକ୍ରମିତ ଥିବା ବେଳେ ଗୁରୁବାର ଏହା ୨୬ ଲକ୍ଷ ୪୮ହଜାର ୩୬୦ରେ ପହଞ୍ଚିଛି। ସେହିଭଳି ୧ ଲକ୍ଷ ୭୮ହଜାର ୫୪୮ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁବାର ଅଧିକ ୬ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଭାରତରେ ବୁଧବାର ମଧ୍ୟରାତ୍ର ସୁଦ୍ଧା ୫ଲକ୍ଷ ୫୪୨ଟି ନମୂନା ପରୀକ୍ଷଣ ହୋଇଥିଲା। ସେଥିରୁ ୨୧ହଜାର ୩୯୩ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୪୨୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୮୧ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ୧୬ ହଜାର ୪୫୪ଟି ଆକ୍ଟିଭ୍‌ କେସ୍‌ ରହିଛି। ଅପରପକ୍ଷେ ଓଡ଼ିଶାରେ ବୁଧବାର ମଧ୍ୟରାତ୍ର ସୁଦ୍ଧା ୧୫ ହଜାର ୯୮୪ଟି ନମୂନା ପରୀକ୍ଷାର ରିପୋର୍ଟ ମିଳିଛି। ସେଥିରୁ ୮୭ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫୩ରହିଛି। ସେହିଭଳି ଜଣଙ୍କର ମୃତ୍ୟୁ ଘଟିଛି। ସବୁଠାରୁ ସଂକ୍ରମିତ ଜିଲା ତାଲିକାରେ ଖୋର୍ଦ୍ଧା ରହିଥିବା ନେଇ ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ କରୋନା ମୁକାବିଲା କମିଟି ମୁଖ୍ୟ ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri