ପ୍ରାଣଘାତୀ କରୋନାକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜନତା କର୍ଫ୍ୟୁଠାରୁ ଆରମ୍ଭ କରି ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଜନସାଧାରଣ ବାହାରକୁ ନ ଆସି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାର ପ୍ରଭାବ ସମସ୍ତ ସହର ପରି ରାଉରକେଲାରେ ପଡିଛି। ତେବେ ଏହି ସହରରେ ରହୁଥିବା ରାସ୍ତାକଡ଼ର ମଣିଷଙ୍କ ଉପରେ ଏହି କଟକଣା ଦାଉ ସାଧିଛି। ଗରିବ,ଦୁଃଖୀ ଓ ନିରାଶ୍ରୟମାନେ କ’ଣ ଖାଇ ବଞ୍ଚତ୍ବେ ସେ ଚିନ୍ତା ସେମାନଙ୍କୁ ହିଁ ଘାରିଛି। ଇସ୍ପାତ୍‌ ସହରରେ ଅଟୋରିକ୍ସା ଓ ସାଧାରଣ ରିକ୍ସା ଚଳାଇ ଗୁଜୁରାଣ ମେଣ୍ଟାଉଥିବା ଲୋକମାନେ ଏବେ ମୁଣ୍ଡରେ ହାତ ଦେଇ ବସିଛନ୍ତି। କାମଧନ୍ଦା ଅଭାବରୁ ଦିନ ମଜୁରିଆମାନେ କିପରି ପରିବାର ପ୍ରତିପୋଷଣ କରିବେ ଚିନ୍ତା କରିପାରୁ ନାହାନ୍ତି। ସେମାନଙ୍କ ମୁଣ୍ଡରେ ବି ଚଡକ ପଡିଛି। ସେମାନେ ୨୧ଦିନ ଯାଏ କେମିତି ଘରେ ମୁହଁ ପୋତି ପଡି ରହିବେ ସେହି ଉତ୍ତର କାହା ପାଖରେ ନାହିଁ। ଏଭଳି ପରିସ୍ଥିତିରେ ଧାରଉଧାର କେହି ଦେବାକୁ ମଙ୍ଗୁ ନାହାନ୍ତି। ସରକାର ପିଡିଏସ୍‌ ସାମଗ୍ରୀ କେଉଁ ତାରିଖ ସୁଦ୍ଧା ପ୍ରଦାନ କରିବେ ସେ ନେଇ ନିର୍ଦ୍ଦିଷ୍ଟ ଭାବେ କିଛି ସୂଚନା ନାହିଁ। ଏମାନଙ୍କ ବ୍ୟତୀତ ବର୍ଜ୍ୟବସ୍ତୁ ସଂଗ୍ରହ କରି ପେଟ ପୋଷୁଥିବା ଲୋକେ ବି ହତାଶ ହୋଇଛନ୍ତି। ଫୁଟପାଥରେ ଠେଲା ରଖି ବ୍ୟବସାୟ କରୁଥିବା କ୍ଷୁଦ୍ର ବ୍ୟବସାୟୀ, ଚା, ପାନ, ଗୁପ୍‌ଚୁପ୍‌, ଚାଟ ଆଦି ବିକୁଥିବା ଦୋକାନୀଙ୍କ ଅବସ୍ଥା ଆହୁରି ସଙ୍କଟମୟ ହୋଇପଡିଛି। ଏହି ଦୋକାନୀମାନେ ଯାହ କିଛି ଟଙ୍କା ସଞ୍ଚୟ କରି ରଖିଥିଲେ ତାହା ବି ବଜାର ସାମଗ୍ରୀର ଚଢ଼ାଦର ଯୋଗୁ ସରିବାକୁ ବସିଛି। ବହୁ କଳ କାରଖାନାରେ ତାଲା ଝୁଲୁଛି। ଯଦି ଲକ୍‌ଡାଉନ ଅବଧି ୨୧ରୁ ଆଉ ଅଧିକ କିଛିଦିନ ବୃଦ୍ଧି ଘଟେ ପରିସ୍ଥିତି ଅସମ୍ଭାଳ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। – ବସନ୍ତ କୁମାର ଧଳ


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri