କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ ଥିବା ତୁର୍କିମେନିସ୍ତାନରେ ସରକାରଙ୍କ ପକ୍ଷରୁ ଏଭଳି ଆଇନ ଜାରି କରାଯାଇଛି। ଇରାନର ସୀମାକୁ ଲାଗିଥିବା ଏହି ଦେଶରେ ବର୍ତ୍ତମାନ ସୁଦ୍ଧା କୌଣସି କରୋନା ସଂକ୍ରମଣ ଘଟଣା ଘଟି ନାହିଁ। ସରକାର କରୋନା ଶବ୍ଦ ଲେଖିବା ଅବା କହିବା ଉପରେ ପ୍ରତିବନ୍ଧ ଲଗାଇଛନ୍ତି। ଏହାର ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରି ଜେଲଦଣ୍ଡ ଦେବାକୁ ସରକାର ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ମାସ୍କ ପିନ୍ଧି ସର୍ବସାଧାରଣ ସ୍ଥାନରେ ବୁଲିଲେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କୁ ଗିରଫ କରାଯିବା ଲାଗି ମଧ୍ୟ ସରକାରୀ ନିର୍ଦ୍ଦେଶ ଜାରି ହୋଇଛି। ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଲଗାଯାଉଥିବା ପୋଷ୍ଟରରେ କରୋନା ଶବ୍ଦ ବଦଳରେ ଶ୍ୱାସ ସମସ୍ୟା ଏବଂ ଭୂତାଣୁ ସ୍ଥାନରେ ରୋଗ ଲେଖା ଯାଉଛି। ସରକାର ଦେଶରେ କରୋନା ଶବ୍ଦ ବିରୋଧରେ କଡ଼ା କଟକଣା ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri