Posted inଭଦ୍ରକ

କରୋନା ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ୱାର୍ଡ

ଭଦ୍ରକ ଅଫିସ, ୨।୨- ଦେଶ ଓ ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ଜନିତ ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଶନିବାରଠାରୁ ଭଦ୍ରକ ଜିଲା ଚିକିତ୍ସାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବାର୍ଡ ଓ କଣ୍ଟ୍ରୋଲରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲରୁମ୍‌ରେ ଦୁଇଟି ଟେଲିଫୋନ ନମ୍ବର ୦୬୭୮୪୨୫୦୮୬୪ ଓ ମୋବାଇଲ ୯୪୩୯୯୯୪୬୨୧ ଜାରି କରାଯାଇଛି। ଯେକୌଣସି ବ୍ୟକ୍ତି ଏହି ନମ୍ବର ମାଧ୍ୟମରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ସୂଚନା ପାଇପାରିବେ। ଖୋଲା ଯାଇଥିବା ସ୍ବତନ୍ତ୍ର ୱାର୍ଡରେ ୪ଟି ଶଯ୍ୟା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଡାକ୍ତର, ନର୍ସ ଓ କର୍ମଚାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଆବଶ୍ୟକ ପଡ଼ିଲେ ଏହି ୱାର୍ଡରେ ରୋଗୀ ରହି ଚିକିତ୍ସିତ ହୋଇପାରିବେ ବୋଲି ଜିଲା ଅତିରିକ୍ତ ଚିକିତ୍ସାଧିକାରୀ(ମେଡିକାଲ) ଡ. ପ୍ରଦୀପ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହାବ୍ୟତୀତ ଆଉଟ୍‌ଡୋରରେ ରୋଗୀ ଦେଖୁଥିବା ଡାକ୍ତରମାନେ ଏବେ ମାସ୍କ ପିନ୍ଧି ରୋଗୀଙ୍କ ଚିକିତ୍ସା କରୁଥିବା ଦେଖିବାକୁ ମିଳିଛି। ଏଭଳି ସଚେତନତାତ୍ମକ ପଦକ୍ଷେପକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri