Posted inଭଦ୍ରକ

କରୋନା ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ୱାର୍ଡ

ଭଦ୍ରକ ଅଫିସ, ୨।୨- ଦେଶ ଓ ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ଜନିତ ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଶନିବାରଠାରୁ ଭଦ୍ରକ ଜିଲା ଚିକିତ୍ସାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବାର୍ଡ ଓ କଣ୍ଟ୍ରୋଲରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲରୁମ୍‌ରେ ଦୁଇଟି ଟେଲିଫୋନ ନମ୍ବର ୦୬୭୮୪୨୫୦୮୬୪ ଓ ମୋବାଇଲ ୯୪୩୯୯୯୪୬୨୧ ଜାରି କରାଯାଇଛି। ଯେକୌଣସି ବ୍ୟକ୍ତି ଏହି ନମ୍ବର ମାଧ୍ୟମରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ସୂଚନା ପାଇପାରିବେ। ଖୋଲା ଯାଇଥିବା ସ୍ବତନ୍ତ୍ର ୱାର୍ଡରେ ୪ଟି ଶଯ୍ୟା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଡାକ୍ତର, ନର୍ସ ଓ କର୍ମଚାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଆବଶ୍ୟକ ପଡ଼ିଲେ ଏହି ୱାର୍ଡରେ ରୋଗୀ ରହି ଚିକିତ୍ସିତ ହୋଇପାରିବେ ବୋଲି ଜିଲା ଅତିରିକ୍ତ ଚିକିତ୍ସାଧିକାରୀ(ମେଡିକାଲ) ଡ. ପ୍ରଦୀପ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହାବ୍ୟତୀତ ଆଉଟ୍‌ଡୋରରେ ରୋଗୀ ଦେଖୁଥିବା ଡାକ୍ତରମାନେ ଏବେ ମାସ୍କ ପିନ୍ଧି ରୋଗୀଙ୍କ ଚିକିତ୍ସା କରୁଥିବା ଦେଖିବାକୁ ମିଳିଛି। ଏଭଳି ସଚେତନତାତ୍ମକ ପଦକ୍ଷେପକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri