କରୋନା ନେଲାଣି ୯ ହଜାର ଜୀବନ

ପ୍ୟାରିସ୍‌/ବେଜିଂ, ୨୦।୩: ସାରା ବିଶ୍ୱରେ କରୋନା ଭୂତାଣୁ ୯ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ ନେଲାଣି। ଏବେ ମୃତ୍ୟୁସଂଖ୍ୟା ୯,୦୨୦ରେ ପହଞ୍ଚିଛି। ୟୁରୋପରେ ୪,୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏସିଆରେ ୩,୪୧୬ ଜଣଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାର ଉତ୍ପତି ସ୍ଥଳ ଚାଇନାରେ ଜଣେ ହେଲେ କରୋନା ସଂକ୍ରମିତ ହୋଇ ନ ଥିବା ଜଣାପଡ଼ିଛି। ହେଲେ ଏବେ ବି ସେଠାରେ ୬,୬୩୬ ବ୍ୟକ୍ତି ସଂକ୍ରମିତ ହୋଇ ଚିକିତ୍ସାଧୀନ ଅଛନ୍ତି। ଗତ ଡିସେମ୍ବରରେ ପ୍ରଥମେ କରୋନା ଚାଇନାର ଉହାନ ସହରରୁ ମୃତ୍ୟୁର ତାଣ୍ଡବଲୀଳା ରଚିଥିଲା। ପରେ ଦେଶରେ ଏବେସୁଦ୍ଧା ୩,୨୪୫ ମୁଣ୍ଡ ନେଲାଣି ଏହି ଭୂତାଣୁ। ଏବେ ସ୍ଥିତିରେ ସୁଧାର ଆସିଥିଲେ ହେଁ ଭୟ କମିନାହିଁ। ଅନ୍ୟପକ୍ଷରେ ୟୁରୋପ ଏବେ ଏହି ମହାମାରୀର କେନ୍ଦ୍ରସ୍ଥଳ ପାଲଟିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୧୨ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। କରୋନା ଭୂତାଣୁ ଏଠାରେ ଅତି ଦ୍ରୁତଗତିରେ ସଂକ୍ରମଣ ହେଉଛି। ମୋଟ ୯୦,୨୯୩ ସଂକ୍ରମିତ ବ୍ୟକ୍ତି ଏଠାରେ ଚିହ୍ନଟ କରାଯାଇଥିବା ବେଳେ କୋକୁଆ ଭୟ ସୃଷ୍ଟିହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?