କରୋନା ପଜିଟିଭ୍‌ ଚିହ୍ନଟ ପରେ ଲିଆଖାଇ ଗାଁ ସିଲ୍‌

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମକୁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ପ୍ରଶାସନ ସିଲ୍‌ କରିଛି। ମସ୍ତିଷ୍କ କର୍କଟ ରୋଗରେ ଭୁବନେଶ୍ୱର ଏମ୍‌ସ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଜିଲା ପ୍ରଶାସନର ନିଷ୍ପତ୍ତି ପ୍ରକାରେ ଏପରି ପଦକ୍ଷେପ ନିଆଯାଇଥିବା ତହସିଲଦାର ହରପ୍ରସାଦ ଭୋଇ କହିଛନ୍ତି।
ପ୍ରକାଶ ଯେ, ସମ୍ପୃକ୍ତ ବ୍ୟକ୍ତି ଜଣକ ମସ୍ତିଷ୍କ କର୍କଟ ରୋଗରେ ପୀଡିତ ଥାଇ କିଛିଦିନ ହେଲା ବ୍ରହ୍ମପୁର ବଡ ମେଡିକାଲ ଓ କେତେକ ବେସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ସପ୍ତାହ ତଳେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଏମ୍‌ସ୍‌ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବାପରେ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଅପରାହ୍ନରେ ଚିକିଟି ବିଡିଓ ଫାଲୁଗୁନି ମାଝି, ତହସିଲ୍‌ଦାର ହରପ୍ରସାଦ ଭୋଇ ପ୍ରମୁଖ କ.ନୂଆଗଁା ପୋଲିସ ସହ ଉକ୍ତ ଗଁାରେ ପହଞ୍ଚତ୍ ସିଲ୍‌ କରିଛନ୍ତି। ଉକ୍ତ ବ୍ୟକ୍ତିଙ୍କ ଘରେ ତାଲା ପଡିଥିବାବେଳେ ପାଖ ପଡୋଶୀଙ୍କ ଠାରୁ ରିପୋର୍ଟ ସଂଗ୍ରହ କରାଯାଇଛି। ସେ କିଭଳି କରୋନା ସଂକ୍ରମିତ ହେଲେ ସେ ନେଇ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri