କରୋନା ପଜିଟିଭ୍‌ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ

ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର ମନୋବଳ ବେଶ୍‌ ପ୍ରଶଂସନୀୟ। କରୋନା ପଜିଟିଭ୍‌ ହେବା ପରେ ବି ସେମାନଙ୍କ ଉତ୍ସାହରେ ନା ଉଣା ହୋଇଛି ନା ମନରେ କିଛି ଭୟ ଅଛି। ବିନ୍ଦାସ ମୁଡ଼ରେ ସେମାନେ ଯୋଗ ଓ ବ୍ୟାୟାମ କରୁଥିବା ନଜର ଆସିଛନ୍ତି। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଦିଲ୍ଲୀର ଆରଏମ୍‌ଏଲ୍‌ ହସ୍ପିଟାଲରେ। କିଛି ଦିନ ତଳେ ଚାନ୍ଦିନୀମହଲ ଥାନାର ୮ଜଣ ପୋଲିସକର୍ମୀ କରୋନାରେ ସଂକ୍ରମିତ ହେବାରୁ ସେମାନଙ୍କୁ ଉକ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସୁସ୍ଥ ରହିବା ପାଇଁ ସଂକ୍ରମିତ ପୋଲିସମାନେ ସକାଳୁ ଉଠି ନିଜ ଓ୍ବାର୍ଡରେ ଯୋଗ ଓ ବ୍ୟାୟାମ କରୁଛନ୍ତି।

ଯାହାଦ୍ୱାରା ସେମାନଙ୍କ ଶରୀରରେ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇବା ସହ କୌଣସି ବିଷାଦ ଗ୍ରସ୍ତ ହେବେ ନାହିଁ ଏବଂ ଶୀଘ୍ର ସୁସ୍ଥ ହୋଇଯିବେ। ସାରା ବିଶ୍ୱରେ କରୋନା ରୋଗୀଙ୍କ ଭିତରେ ଏଭଳି ଉତ୍ସାହ କେହି କେବେ ଦେଖି ନ ଥିବା ବେଳେ ପୋଲିସଙ୍କ ଏହି ଭିଡିଓ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ପୋଲିସକର୍ମୀଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ କରୋନା ଯୋଦ୍ଧା ହୋଇ କର୍ତ୍ତବ୍ୟ ସମ୍ପାଦନ କରୁଥିବା ପୋଲିସ ଏବେ ସଂକ୍ରମଣ ଶୀକାର ହେଉଛନ୍ତି। ଦିଲ୍ଲୀରେ ଏପର୍ଯ୍ୟନ୍ତ ୧୯ଜଣ ପୋଲିସ କରୋନାରେ ଆକ୍ରାନ୍ତ ହୋଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?