କରୋନା ପଜିଟିଭ ଗୁଜବ: ଜଣେ ଗିରଫ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ବଡ ଆର୍ଜିପଲ୍ଲୀ ଗ୍ରାମର ସିଏଚ୍‌ ଏରେୟା। ଏ ସମ୍ପର୍କରେ ଖବରଦାତା ସମ୍ମିଳନୀରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, କିଛିଦିନ ପୂର୍ବରୁ ଛତ୍ରପୁର ଅଞ୍ଚଳର ଜଣେ ଲୋକ ବିଦେଶରୁ ଫେରିଥିଲେ। ସେ ମେଡିକାଲ ଟେଷ୍ଟ କରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ମେଡିକାଲ ପକ୍ଷରୁ କୁହାଯାଇଥିଲା। ଅପରପକ୍ଷେ ୧୪ ଦିନ ଘରେ ରହିବାକୁ ବ୍ରହ୍ମପୁର ବଡ଼ ମେଡିକାଲ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ସେ ଘରେ ରହୁଥିଲେ, ମାତ୍ର ତାଙ୍କୁ କରୋନା ପଜିଟିଭ ହୋଇଥିବା ନେଇ ମିଥ୍ୟା ଖବର ସୋସିଆଲ ମଡିଆରେ ଘୂରି ବୁଲିଥିଲା। ଏହି ଖବର ମିଥ୍ୟା ନେଇ ବିଦେଶ ଫେରନ୍ତା ଛତ୍ରପୁର ଥାନାରେ ଏତଲା ଦେଇଥିଲେ। ପରେ ଥାନାରେ ୭୭/୨୦ରେ ଏକ ମାମଲା ରୁଜୁ ହୋଇ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?