କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ ଦେଉଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି। ତେବେ କେନ୍ଦ୍ରୀୟ ସରକାରୀ ଉଦ୍ୟୋଗ ଅଧୀନରେ ଆସୁଥିବା ଇଏସ୍‌ଆଇ, ନାଲ୍‌କୋ, ଏମ୍‌ସିଏଲ୍‌ ସହିତ ଭୁବନେଶ୍ବରସ୍ଥିତ ଏମ୍‌ସକୁ କୋଭିଡ୍‌-୧୯ର ଚିକିତ୍ସା କ୍ଷେତ୍ରରେ ସମସ୍ତ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ବୁଧବାର ଚିଠି ଲେଖି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଜଣାଇଛନ୍ତି। ଏହାସହ କୋଭିଡ୍‌-୧୯ ପରୀକ୍ଷଣ ଲାଗି ଆବଶ୍ୟକ କିଟ୍‌ ଦେବାକୁ ସେ ଅନୁରୋଧ କରିଛନ୍ତି।
ଚିଠିରେ ମନ୍ତ୍ରୀ ଦାସ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ର ସରକାର ଭୁବନେଶ୍ବରର ଆର୍‌ଏମ୍‌ଆର୍‌ସି, ଏମ୍‌ସ ସହ କଟକର ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ କୋଭିଡ୍‌-୧୯ ପରୀକ୍ଷା ବ୍ୟବସ୍ଥା ସମ୍ପ୍ରସାରଣ କରିଥିବାରୁ ଧନ୍ୟବାଦ। ହେଲେ ଭୁବନେଶ୍ବର ଓ କଟକ ମଧ୍ୟରେ କୋଭିଡ୍‌-୧୯ର ପରୀକ୍ଷା ସୁବିଧା ସୀମିତ ଥିବାରୁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତ ଅଞ୍ଚଳର ଜନସାଧାରଣ ଏହି ପରୀକ୍ଷା ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ କୋଭିଡ୍‌-୧୯ ପରୀକ୍ଷା ସୁବିଧା ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜ, ବୁର୍ଲାର ଭିମ୍‌ସାର ପାଇଁ ବ୍ୟବସ୍ଥା କଲେ ରାଜ୍ୟବାସୀ ଉପକୃତ ହୋଇପାରିବେ। ଏହା ସହିତ ଭେଣ୍ଟିଲେଟର, ପିପିଇ, ମାସ୍କ ଓ ସାନିଟାଇଜର ଭଳି ସାମଗ୍ରୀର ନିତାନ୍ତ ଦରକାର ରହିଛି। ଏସବୁ ଯୋଗାଇ ଦେଲେ ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ, ଆଇଜିଏଚ୍‌, ରାଉରକେଲା ହସ୍ପିଟାଲରେ ରୋଗୀ ସେବା ଓ ଚିକିତ୍ସାରେ ସହାୟକ ହୋଇପାରିବ। ସେହିପରି ରାଜ୍ୟରେ ପରୀକ୍ଷଣ ପାଇଁ ଆବଶ୍ୟକ କିଟ୍‌ର ଅଭାବ ଅଛି, ଏ ଦିଗରେ ପ୍ରାଥମିକତା ଦେଇ ତୁରନ୍ତ ଯୋଗାଇଦେଲେ ଭଲ ହେବ ବୋଲି ଦାସ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri