କରୋନା ପରେ ଆମାଜନ-ଆପଲ୍‌-ଫେସ୍‌ବୁକ୍‌-ଗୁଗଲର ବ୍ୟବସାୟ ସୁଦୃଢ଼ ହେବାର ଆଶା

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଆର୍ଥିକ ସ୍ଥିତି ଉତ୍କଟ ହେବାରେ ଲାଗିଛି। କରୋନା ପରେ ବହୁ ବ୍ୟବସାୟିକ ସଂସ୍ଥାର କାରବାରରେ ସୁଧାର ଆସିବା ନେଇ ଅନିଶ୍ଚିତତା ଦେଖାଦେଇଛି। ତେବେ ଆମାଜନ, ଆପଲ୍‌, ଫେସ୍‌ବୁକ୍‌ ଓ ଗୁଗଲର ବ୍ୟବସାୟ କରୋନା ପରେ ଅଧିକ ସୁଦୃଢ଼ ହେବାର ଆଶା ରହିଛି। ମାର୍ଚ୍ଚ ୨୦୧୯ରେ ଡିଜିଟାଲ ବ୍ୟବସାୟର ଅଭିବୃଦ୍ଧି ହାର ୧୧ ପ୍ରତିଶତ ଥିବାବେଳେ ୨୦୨୦ ମାର୍ଚ୍ଚରେ ଏହା ହ୍ରାସ ପାଇ ୪ ପ୍ରତିଶତ ରହିଛି। ସେହିପରି ପ୍ରିଣ୍ଟ୍‌ ମିଡ଼ିଆର ବିକାଶ ହାର ୩ ପ୍ରତିଶତ ଥିବାବେଳେ ଏହା ଏବେ ମାଇନସ୍‌ ୨୫ ପ୍ରତିଶତକୁ ଖସିଆସିଛି ବୋଲି ମାଗ୍ନା ଗ୍ଲୋବ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ସେହିପରି ଟିଭିର ଅଭିବୃଦ୍ଧି ହାର ୦.୪ ପ୍ରତିଶତରୁ ମାଇନସ୍‌ ୧୩ରେ ପହଞ୍ଚିଛି। ଅପରପକ୍ଷରେ ଆମାଜନ, ଆପଲ୍‌, ଫେସ୍‌ବୁକ୍‌ ଓ ଗୁଗଲର ବ୍ୟବସାୟରେ ବିଶେଷ ହ୍ରାସ ପରିଲକ୍ଷିତ ହୋଇନାହିଁ। କରୋନା ପରେ ଫେସବୁକ୍‌ ୨୫ ପ୍ରତିଶତ ନିଯୁକ୍ତି ଦେବାର ଆଶାଥିବାବେଳେ ଆମାଜନରେ ୨୪ ପ୍ରତିଶତ ନୂତନ ନିଯୁକ୍ତି ସୃଷ୍ଟି ହେବ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri