କରୋନା ପାଇଁ କପିଳାସରେ କଟକଣା

ଢେଙ୍କାନାଳ ଅଫିସ, ୧୬।୩: କରୋନା ଭାଇରସ୍‌ ସଂକ୍ରମଣ ପ୍ରତିରୋଧ ଲାଗି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ରବିବାର ମାଇକ୍‌ ଯୋଗେ ପ୍ରଚାର କରି କଟକଣା ଲାଗୁ କରାଯାଇଛି। ପୀଠକୁ ଆସୁଥିବା ଶ୍ରଦ୍ଧାଳୁ, ସେବକଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିର ଭିତରକୁ ଥରକେ ଅଧିକ ଲୋକ ପ୍ରବେଶ କରିପାରିବେ ନାହିଁ। ଭିତରକୁ ଆସୁଥିବା ପର୍ଯ୍ୟଟକ ମାସ୍କ ବ୍ୟବହାର କରିବା ଅପରିହାର୍ଯ୍ୟ। ସେହିପରି ସେବକମାନେ ମଧ୍ୟ ମାସ୍କ ବ୍ୟବହାର କରିବେ। ବୃଷଭକୁ ସ୍ପର୍ଶ କରିବା, ହାତରେ ପାଦୁକା ଏବଂ ପ୍ରସାଦ ନେବାକୁ ବାରଣ କରାଯାଇଛି। ଏଥିସହ ମନ୍ଦିର ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖିବା ଲାଗି ସଚେତନ କରାଯାଇଛି। ସମାନ କଟକଣା ଲଗାଯାଇଛି ପ୍ରାଚୀନ ଶ୍ରୀବଳରାମ ମନ୍ଦିରରେ। ଏଠାରେ ମଧ୍ୟ ଏକା ସଙ୍ଗରେ ଅଧିକ ଶ୍ରଦ୍ଧାଳୁ ଦର୍ଶନ ନ କରିବା, ଗରୁଡ଼ ସ୍ତମ୍ଭକୁ ନ ଛୁଇଁବା, ମାସ୍କ ପିନ୍ଧିବାକୁ ଦେବୋତ୍ତର ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି କଟକଣା ଆସନ୍ତା ୩୧ ତାରିଖ ଯାଏ ବଳବତ୍ତର ରହିବ। ଲୋକଙ୍କୁ ସଚେତନ କରିବାକୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ସେହିପରି କରୋନା ଆତଙ୍କ ଯୋଗୁ ରବିବାରଠାରୁ କପିଳାସ ଚିଡ଼ିଆଖାନା ପର୍ଯ୍ୟଟକଙ୍କ ଲାଗି ବନ୍ଦ ରଖାଯାଇଛି। ଏହା ୩୧ ତାରିଖ ଯାଏ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri