କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍‌ ରୁମ୍‌

କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାର୍ଗଦର୍ଶିକା ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ ଅଧ୍ୟକ୍ଷତା କରିଥିଲେ। ଜିଲାରେ ସମ୍ଭାବ୍ୟ କରୋନା ଭୁତାଣୁର ମୁକାବିଲା ଓ ସତର୍କତା ଅବଲମ୍ବନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ଜନସଚେତନତା ସୃଷ୍ଟି କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ଏବଂ ହେଲ୍ପଲାଇନ୍‌ ନମ୍ବର ୦୬୭୧-୨୩୦୫୭୮୧ ସକାଳ ୮ଟାରୁ ରାତି ୮ଟା ପର୍ଯନ୍ତ କାର୍ଯ୍ୟ କରୁଛି। ଜିଲାରେ ବର୍ତ୍ତମାନ ସୁଦ୍ଧା କେହି କରୋନା ଭୁତାଣୁରେ ଆକ୍ରାନ୍ତ ହୋଇ ନ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ସୂଚନା ଦେଇଥିଲେ। କରୋନାରୁ ରକ୍ଷା ପାଇବା ପାଇଁ ସଚେତନତା ସ୍ବରୁପ ସାବୁନରେ ଭଲ ଭାବରେ ହାତ ଧୋଇବା, କାଶ ଓ ଛିଙ୍କ ସମୟରେ ନାକ ଏବଂ ମୁହଁକୁ ରୁମାଲ କିମ୍ବା ଟିସୁ ପେପର ଦ୍ୱାରା ଘୋଡାଇ ରଖିବା, ଜ୍ୱର, କାଶ କିମ୍ବା ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କଲେ ଡାକ୍ତରଙ୍କ ପରାମର୍ଶ ନେବା, ଡାକ୍ତଖାନାକୁ ଯିବା ସମୟରେ ମାସ୍କ ବ୍ୟବହାର କରିବା, ଜନଗହଳି ସ୍ଥାନଠାରୁ ନିଜକୁ ଦୁରେଇ ରଖିବା ଓ ଶିକ୍ଷାନୁଷ୍ଠାନଗୁଡିକ ଛାତ୍ରୀଛାତ୍ରଙ୍କୁ ସଚେତନତା କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଗ୍ରାମାଞ୍ଚଳରେ ମହିଳା ଶିଶୁ ବିକାଶ ବିଭାଗ, ପଞ୍ଚାୟତିରାଜ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ରାଜସ୍ବ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମ୍ମନ୍ବୟ ରକ୍ଷାକରି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri