କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼

ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍‌ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ ଏ ଦିଗରେ ସଚେତନା ସୃଷ୍ଟି ଲାଗି ,ଠାକାର ପ୍ରଶାସନ ତତ୍ପର ହୋଇ ଉଠିଛି। ଏହି ପରିପ୍ରେକ୍ଷୀରେ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ରେ କରୋନା ରୋଗୀଙ୍କ ପାଇଁ ଖୋଲା ଯାଇଛି ସ୍ବତନ୍ତ୍ର ଆଇସୋଲେସନ ୱାର୍ଡ଼, ଯେଉଁଥିରେ ୬ଟି ଶଯ୍ୟା ବ୍ୟବସ୍ଥା ରହିଛି। ଯଦି କେହି ସଦିଗ୍ଧ ରୋଗୀ ଆସନ୍ତି ତାଙ୍କୁ ସେଠାରେ ରଖି ସ୍ବତନ୍ତ୍ର ଭାବେ ଚିକିତ୍ସା କରାଯାଇପାରିବ । ମାସ୍କ, କ୍ଲୋଭସ୍‌ , ସାନିଟାଇଜର, ପିପିୟୁ ଯଥେଷ୍ଟ ମହଜୁଦ୍‌ ରଖାଯାଇଛି ବୋଲି ପିଆରଏମ୍‌ ମେଡ଼ିକାଲ୍‌ ପକ୍ଷରୁ ଏଠାରେ ସୂଚନା ଦିଆଯାଇଛି।
ଅନ୍ୟପକ୍ଷେ ଜିଲା ପ୍ରଶାସନ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତିି। ସେହଭିଳି ଜିଲାରେ ଥିବା ସମସ୍ତ ଜିମ୍‌, ସିନେମା ହଲ୍‌ ଓ ସୁଇମିଂ ପୁଲ୍‌କୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛିି। ବାହାଘର ଭୋଜି, ସାମାଜିକ କାର୍ଯ୍ୟକ୍ରମ, ଧାର୍ମିକ ଉତ୍ସବ, ସେମିନାର, ଓ୍ବାର୍କଶପ୍‌ ଉପରେ ମଧ୍ୟ କଟକଣା ଜାରି କରାଯାଇଛିି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସୋମବାରରେ ହେବାକୁ ଥିବା ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରକୁ ବାତିଲ କରାଯାଇଛି। ଯେଉଁମାନେ ରାଜ୍ୟ ବାହାରକୁ ଯାଇଥିଲେ ଯଦି ସ୍ବାସ୍ଥ୍ୟବସ୍ଥାରେ ସେମାନଙ୍କଠାରେ କୌଣସି ଥଣ୍ଡା ରୋଗ ଜନିତ ଲକ୍ଷଣ ଦେଖା ଦେଉଛି ତାହା ହେଲେ ସେମାନେ ଭୟଭୀତ ନ ହୋଇ ସ୍ବ ଇଚ୍ଛାରେ ମେଡ଼ିକାଲ୍‌କୁ ଆସି ଚିକିତ୍ସିତ ହେବା ଲାଗି ପରାମର୍ଶ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ନିୟନ୍ତ୍ରଣ କକ୍ଷ ଫୋନ୍‌ ନମ୍ବର ୯୪୩୯୯୯୭୯୩୩ ଓ ୦୬୭୯୨ ୨୫୨୭୦୨ ସହ ଯୋଗାଯୋଗ କରିବା ପାଇଁ ବାରିପଦା ମେଡ଼ିକାଲ୍‌ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri